ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୨୫ ତାରିଖ ସୋମବାର। ଚନ୍ଦ୍ର- କନ୍ୟା ଅହୋରାତ୍ର,ତିଥି- ୧୦ମୀ ରାତ୍ରି ୦୧.୦୨ ଗତେ ୧୧ଶୀ,ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର, ଘାତବାର- ମିଥୁନ ରାଶିର ,ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାନଞ୍ଚଦାନ ରାତ୍ରି ୦୧.୨୩ ପର୍ଯ୍ୟନ୍ତ ।
ଅଶ୍ୱନୀ – ମନକଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ । ବ୍ୟାବସାୟୀ ମାନଙ୍କର ବ୍ୟବସାୟରେ ଯଥେଷ୍ଟ ଅଗ୍ରଗତି ଘଟିବ । ପାରିବାରିକ ସମସ୍ୟାକୁ ନେଇ ମାନସିକ ଅଶାନ୍ତି ଲାଗି ରହିପାରେ ।
ଦ୍ୱିଜା – ଛାତ୍ରଛାତ୍ରି ମାନଙ୍କର ମାନସିକ ବିକାଶ ଘଟିବ । ସେବାସମ୍ବନ୍ଧ କ୍ଷେତ୍ରରେ ଉଚ୍ଚ ଭୂମିକା ଗ୍ରହଣ କରିବେ । ଆର୍ଥିକ ସଂକଟ ରହିଥିଲେ ମଧ୍ୟ ସରକାରୀ ସ୍ତରରୁ ସାହାଯ୍ୟ ନିଶ୍ଚିତ ପାଇବେ ।
କୃତିକା – ଗୃହ ସମସ୍ୟାକୁ ସମାଧାନ କରି ଧନ ସମ୍ପତିକୁ ଆୟତ କରିପାରିବେ । ସାମାଜିକ ସଂସାର କାମରେ ସହଯୋଗ କରିବେ । ଛୋଟ ଛୋଟ କଥାକୁ କେନ୍ଦ୍ରକରି ବିବାଦଗ୍ରସ୍ତ ହୋଇପାରନ୍ତି ।
ପ୍ରତିକାର - ଇଷ୍ଟଦେବ ନୃସିଂହ ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯