ସୈାର ତୁଳା ମାସ ଆଶ୍ୱିନ ଶୁକ୍ଳପକ୍ଷ। ଇଂରାଜୀରେ ୨୫ ତାରିଖ, ବୁଧବାର ଚନ୍ଦ୍ର- କୁମ୍ଭ ଅହୋରାତ୍ର ତିଥି – ୧୧ଶୀ ଦିବା ୧୨.୩୨ ଗତେ ୧୨ଶୀ ଘାତ ଚନ୍ଦ୍ର- ମିଥୁନ ଓ ମୀନ ରାଶିର ଅହୋରାତ୍ରଘାତ ବାର – କର୍କଟ ରାଶିର ପୁଷ୍କର ଦୋଷ – ଦିବା ୧୨.୩୨ ଗତେ ୧ ପାଦ - ପଶୁସମ୍ପଦ ନାଶ – ଅନ୍ନ ଦାନ ଦିବା ୦୧.୨୯ ଗତେ ୨ ପାଦ - ପଶୁ ଓ ବଂଶ ହାନି - ଅନ୍ନ ଓ ତିଳକାଞ୍ଚନ ଦାନ
ଧନିଷ୍ଠା- ବ୍ୟବସାୟରେ ଲାଭବାନ୍ ହେବେ । ଚାକିରିରେ ପଦ ମର୍ୟ୍ୟଦା ପ୍ରାପ୍ତ ହୋଇପାରେ । ସାଂସାରିକ ଜୀବନରେ ଚିନ୍ତିତ ରହିପାରନ୍ତି । ଆର୍ଥିକ କ୍ଷେତ୍ରରେ ଉନ୍ନତି କରିବେ ।
ଶତଭିଷା- ଅନେକ ଗୁଡିଏ କାମ ଅଟକି ଯାଇ ଥିବାରୁ ଅନ୍ୟମନସ୍କ ରହିବେ । ଯେଉଁ ମାନେ ଆପଣଙ୍କୁ ପ୍ରତିଶ୍ରୁତି ଦେଇଥିବେ ତାହା ନ ପାଇବାରୁ ପ୍ରତିହିଂସା ମୂଳକ ମନଭାବ ପୋଷଣ କରିବେ
ପୂ, ଭାଦ୍ରପଦ- ବନ୍ଧୁତ୍ୱ ସମ୍ପର୍କରେ କିଛି ଉନ୍ନତି ଆସିବ ଏବଂ ତାଙ୍କ ସହିତ ମିଶି କିଛି ନୂଆ ଯୋଜନା କରିବେ । ଘର ପାଇଁ ଆସବାବ କ୍ରୟ କରିବେ । ରାଜନୀତି କ୍ଷେତ୍ରରେ ଉଚ୍ଚ ପଦବୀ ହାସଲ କରି ପାରନ୍ତି
ପ୍ରତିକାର – ରାହୁଙ୍କର ପୂଜାର୍ଚ୍ଚନା କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮