ସୈାର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୨୫ ତାରିଖ ସୋମବାର । ଚନ୍ଦ୍ର – ମକର ଅହୋରାତ୍ର, ତିଥି- ୧୦ମୀ ପ୍ରାତଃ ୦୭.୫୬ ଗତେ ୧୧ଶୀ ନିଶାନ୍ତ ୦୫.୦୧ ଗତେ ୧୨ଶୀ, ଘାତ ଚନ୍ଦ୍ର - ସିଂହ ରାଶିର ଅହୋରାତ୍ର, ଘାତ ବାର – ମିଥୁନ ରାଶିର, ପୁଷ୍କର ଦୋଷ – ୧ ପାଦ କୃଷିହାନି- ତିଳକାଞ୍ଚନ ଦାନ ଦିବା ୧୧.୫୩ ପର୍ଯ୍ୟନ୍ତ, ନିଶାନ୍ତ ୦୫.୦୧ ଗତେ ୧ ପାଦ ପଶୁସମ୍ପଦ ନାଶ- ଅନ୍ନଦାନ
ମଘା - ନୂତନ କାମ ଆରମ୍ଭ କରିବା ସକାଶେ ଚେଷ୍ଟା କରିପାରନ୍ତି । ପାରିବାରିକ କ୍ଷେତ୍ରରେ କୌଣସି ସମସ୍ୟାକୁ ସହଜରେ ସମାଧାନ କରିବାରେ ସଫଳ ହେବେ । ସାଧାରଣ କଥାକୁ କେନ୍ଦ୍ରକରି ପ୍ରିୟଜନମାନଙ୍କ ସହ ସମ୍ପର୍କ ହାନି ଯୋଗୁଁ ଚିନ୍ତା ପ୍ରକଟ କରିବେ ।
ପୂ- ଫାଲ୍ଗୁନୀ - ସାମାଜିକ ସ୍ତରରେ ସମସ୍ୟାର ସରଳ ସମାଧାନ କ୍ଷେତ୍ରରେ ବନ୍ଧୁ ସାହାଯ୍ୟ କରିବେ । ସତ୍ସଙ୍ଗ ଓ ଭ୍ରମଣ ସୁଯୋଗ ପାଇବେ; କିନ୍ତୁ ହୁଏତ ଆପଣ ତାହାକୁ ଅସ୍ୱୀକାର କରି ଦେଇପାରନ୍ତି । ସଭାସମିତି, ଜମିଜମା ଏବଂ ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ ।
ଉ- ଫାଲ୍ଗୁନୀ – ଅଫିସରେ ସ୍ଥଗିତ କାମ ପାଇଁ ଅନ୍ୟକୁ କିମ୍ବା ନିଜର ଘର ଲୋକ ମାନଙ୍କୁ କୈଫିୟତ୍ ଦେବାକୁ ପଡିବାର ଆଶଙ୍କା ରହିଛି । ସନ୍ତାନଙ୍କ କୃତୀ ଓ କୃତିତ୍ୱରେ ଖୁସୀ ହୋଇପାରନ୍ତି ।
ପ୍ରତିକାର – ଘରର ବଡ ଲୋକ ମାନଙ୍କଠାରୁ ଆର୍ଶିବାଦ ନେଇ କର୍ମ ଆରମ୍ଭ କରନ୍ତୁ ।
ଶୁଭ ରଙ୍ଗ :ନାରଙ୍ଗୀ
ଶୁଭ ସଂଖ୍ୟା :୧