• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th August 2023: ଏହି ସବୁ ରାଶିର ବ୍ୟକ୍ତିଙ୍କ ପାଇଁ ଆଜିର ଦିନଟି ଖୁବ୍‌ ଭଲ ରହିବ, ବ୍ୟବସାୟରେ ଉନ୍ନତି ହେବ...

ସୌର ସିଂହମାସ ଶ୍ରାବଣ (ଶୁଦ୍ଧ) ଶୁକ୍ଲ ପକ୍ଷ । ଇଂରାଜୀରେ ୨୬ ତାରିଖ ଶନିବାର । ଚନ୍ଦ୍ର-ବିଛା ଦିବା ୦୮.୩୬ ଗତେ ଧନୁ । ତିଥି-୧୦ ମୀ ରାତ୍ରି ୧୨.୦୮ ଗତେ ୧୧ଶୀ । ଘାତ ଚନ୍ଦ୍ର-ଦିବା ୦୮.୩୬ ଗତେ ତୁଳା ଓ କୁମ୍ଭ । ଘାତ ବାର-ବୃଷ ,ସିଂହ ଓ କନ୍ୟା ।

Aries

ମେଷ

Saturday 26 Aug 2023

ଅଶ୍ୱନି - ବହୁଦିନରୁ ଥିବା କାମଟିକୁ ହଠାତ୍ ଆରମ୍ଭ କରିବାକୁ ମନ ବଳାଇବେ। ସ୍ୱାସ୍ଥ୍ୟ ସମସ୍ୟା ଅପରିବର୍ତ୍ତିତ ରହିବା ହେତୁ ସାମୟିକ ଦୁଶ୍ଚିନ୍ତା ବୃଦ୍ଧି ଘଟିବ । ପରିବାର ଭିତରେ ଭୁଲ୍ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ ।

ଦ୍ୱିଜା- ସଙ୍ଗଠନ,ପ୍ରଶାସନ, ଆଲୋଚନା, କ୍ଷେତ୍ରରୁ ପ୍ରଶଂସିତ ହେବେ। ଆର୍ଥିକ ସ୍ଥିତି ପୂର୍ବପରି ରହିବ ଓ ଉଚ୍ଚସ୍ତରରେ ସମ୍ପର୍କ ବୃଦ୍ଧିପାଇବ।  ପ୍ରତ୍ୟେକ କଥାକୁ ସହଜ, ସରଳ ଢଙ୍ଗରେ ଗ୍ରହଣକଲେ କ୍ଷତିରେ ପଡ଼ିପାରନ୍ତି। 

କୃତିକା-  ରାଜନୀତିକ ନେତାଙ୍କ  ଲାଗି ଦିନଟି ଭଲ ରହିବ । ସମାସ୍ତଙ୍କ ସହିତ ନମ୍ରତା ପୂର୍ଣ୍ଣ ବ୍ୟବହାର କରନ୍ତୁ । ସୁନ୍ଦର କଳ୍ପନାରେ ବିଭୋର ରହିବେ । 

ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯

ପ୍ରତିକାର -  ହନୁମାନଙ୍କର ପୂଜାର୍ଚ୍ଚନା କରନ୍ତୁ