• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th August 2023: ଏହି ସବୁ ରାଶିର ବ୍ୟକ୍ତିଙ୍କ ପାଇଁ ଆଜିର ଦିନଟି ଖୁବ୍‌ ଭଲ ରହିବ, ବ୍ୟବସାୟରେ ଉନ୍ନତି ହେବ...

ସୌର ସିଂହମାସ ଶ୍ରାବଣ (ଶୁଦ୍ଧ) ଶୁକ୍ଲ ପକ୍ଷ । ଇଂରାଜୀରେ ୨୬ ତାରିଖ ଶନିବାର । ଚନ୍ଦ୍ର-ବିଛା ଦିବା ୦୮.୩୬ ଗତେ ଧନୁ । ତିଥି-୧୦ ମୀ ରାତ୍ରି ୧୨.୦୮ ଗତେ ୧୧ଶୀ । ଘାତ ଚନ୍ଦ୍ର-ଦିବା ୦୮.୩୬ ଗତେ ତୁଳା ଓ କୁମ୍ଭ । ଘାତ ବାର-ବୃଷ ,ସିଂହ ଓ କନ୍ୟା ।

Taurus

ବୃଷ

Saturday 26 Aug 2023

କୃତିକା-  କର୍ମକ୍ଷେତ୍ରରେ ସାଧାରଣ ଯୁକ୍ତତର୍କ ବିବାଦର ରୂପ ଗ୍ରହଣ କରିବ। ବ୍ୟସ୍ତତା ଯୋଗୁ ମଜା ମଉଜ କରିବାକୁ ଅବସର ପାଇବେ ନାହିଁ। ସମ୍ପର୍କୀୟଙ୍କ ଭଲ କରିବାକୁ ଯାଇ ନିଜକୁ କଷ୍ଟ ସ୍ବୀକାର କରିବାକୁ ପଡ଼ିପାରେ।

ରୋହିଣୀ- ସତ କହିବା କାରଣରୁ ନିଜ ଲୋକମାନେ ଦୂରେଇ ଯାଉଥିବା ଲକ୍ଷ୍ୟକରିବେ। ସାଧାରଣ କଥାକୁ କେନ୍ଦ୍ରକରି ମନରେ ବିରକ୍ତିଭାବ ସୃଷ୍ଟି ହୋଇପାରେ। ସଭାସମିତି, ପରିବହନ, ସାହିତ୍ୟ, ସାମ୍ବାଦିକତା କ୍ଷେତ୍ରରୁ ସୁଫଳ ମିଳିବ।

ମୃଗଶିରା-  ଦ୍ୱନ୍ଦରେ ପଡି ପ୍ରତାରଣାର ଶିକାର ହୋଇ ପାରନ୍ତି । ମହିଳାଙ୍କ ଭାଗ୍ୟ  ଉଜ୍ଜଳ ହେବ । ଘରୋଇ କାମ ସକାଶେ ଅନ୍ୟମାନଙ୍କ ଉପରେ ନିର୍ଭରଶୀଳ ହୋଇପାରନ୍ତି।

ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬

ପ୍ରତିକାର – ମା କମଳାଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ ।