ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୨୬ ତାରିଖ ସୋମବାର । ଚନ୍ଦ୍ର- ବୃଷ ଅହୋରାତ୍ର ତିଥି- ୮ମୀ ରାତ୍ରି ୦୨.୨୦ ଗତେ ୯ମୀ
ମୂଳା- ଦେହ ଦୁର୍ବଳତା ପାଇଁ କର୍ମକ୍ଷେତ୍ରରେ ଠିକ୍ ସେ କାର୍ଯ୍ୟ କରିପାରିବେ ନାହିଁ । ଦ୍ୱନ୍ଦ୍ୱରେ ପଡ଼ି ବନ୍ଧୁଙ୍କ କଥାକୁ ଓଲଟା ବୁଝି ମନକୁ ଭାରାକ୍ରାନ୍ତ କରିପାରନ୍ତି । ଆର୍ଥିକ ପରିସ୍ଥିତି ବଦଳାଇବା ପାଇଁ କିମ୍ବା କିଛି କରିବା ସକାଶେ ମନ ବଳାଇ କର୍ମମୁଖର ହେବେ ।
ପୂ,ଷାଢା- କର୍ମ କ୍ଷେତ୍ରରେ ବାଧା ଆସିଲେ ମଧ୍ୟ ସଫଳତା ହାସଲ କରିବେ । ଶାରୀରିକ ଅସୁସ୍ଥତା ଦେଖାଦେଇ ପାରେ । ସନ୍ତାନଙ୍କ ଭାଗ୍ୟରେ ଏବଂ ଆର୍ଥିକ ସ୍ଥିତି ଉନ୍ନତି ଦେଖାଦେବ । କୌଶଳ କ୍ରମେ କାର୍ଯ୍ୟସିଦ୍ଧି ହେବ ।
ଉ,ଷାଢା- ଉପସ୍ଥିତ ବୁଦ୍ଧି ଖଟାଇ ପରିସ୍ଥିତିକୁ ସମ୍ଭାଳି ନେବେ । ପାଖ,ପଡ଼ୋଶୀଙ୍କ ସହ ସୁସମ୍ପର୍କ ସ୍ଥାପନ କରିବା ପାଇଁ ମନ ବଳାଇବେ । ରାଜନୀତିରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ । କଚେରି ମାମଲା ମନ୍ଥର ହୋଇପାରେ ।
ପ୍ରତିକାର – ଶନି ଦେବଙ୍କ ପୂଜାର୍ଚ୍ଚନା କରନ୍ତୁ
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩