ସୈାର ଧନୁ ମାସ ପୌଷ ଶୁକ୍ଲପକ୍ଷ । ଇଂରାଜୀରେ ୨୬ ତାରିଖ ସୋମବାର । ଚନ୍ଦ୍ର – ମକର ରାତ୍ରି ୦୩.୩୧ ଗତେ କୁମ୍ଭ,ତିଥି- ୪ର୍ଥୀ ରାତ୍ରି ୦୧.୩୮ ଗତେ ୫ମୀ ଘାତ ଚନ୍ଦ୍ର- ସିଂହ ରାତ୍ରି ୦୩.୩୧ ଗତେ ମିଥୁନ , ମୀନ,ଘାତ ବାର – ମିଥୁନ,ପୁଷ୍କର ଦୋଷ – ନାସ୍ତି
ଉ , ଷାଢା - ଶାରିରୀକ ଉନ୍ନତି ଆସିବ । କର୍ମ କ୍ଷେତ୍ରରେ ଉତରତର ଉନ୍ନତି କରିବେ । ସାଂସାରିକ କ୍ଷେତ୍ରରେ ସୁଖ ସମୃ୍ଦ୍ଧି ଫେରିଆସିବ ଓ ସମ୍ପର୍କରେ ଉନ୍ନତି ଆସିବ ବ୍ୟବସାୟରେ । ପ୍ରତିକୂଳ ପରିସ୍ଥିତି ଦେଇ ଗତି କରିବେ । ସାମ୍ବାଦିକତା କ୍ଷେତ୍ରରେ ପ୍ରଂଶସା ସାଉଟିବେ । କାମରେ ହଠାତ କୈଣସି ଯୋଜନାରେ ପରିବର୍ତନ କରିପାରନ୍ତି ।
ଶ୍ରବଣା – ରାଜନିତିରେ କୈାଣସି କାର୍ୟ୍ୟ ଆପଣଙ୍କ ହାତରୁ ଘସି ଯାଇପାରେ । କଳା ଓ ସାହିତ୍ୟ କ୍ଷେତ୍ରରେ ପ୍ରଶଂସିତ ହେବେ । ମନ୍ଥରତା ଭିତରେ ମଧ୍ୟ ବ୍ୟବସାୟରେ ସୁଫଳତା ପାଇବେ । ବନ୍ଧୁଙ୍କ ସହ ଆଳାପ ଆଲୋଚନାରେ ଅଧିକ ସମୟ କଟାଇବେ । ଯାତ୍ରା ସମୟରେ ଦୁର୍ଘଟଣା ଗସ୍ତ ହୋଇପାରନ୍ତି
ଧନିଷ୍ଠା – ଜମିଜମାକୁ ନେଇ ନିଜ ଲୋକମାନେ ବିଶ୍ୱାସ ଘାତ କରିପାରନ୍ତି । ମହିଳା ମାନେ ଆମୋଦ ପ୍ରମୋଦରେ ସମୟ କଟାଇବେ । ଯାନ ବାହନ କିଣିବା ଲାଗି ଆଗ୍ରହ ପ୍ରକାଶ କରିବେ । କଳା କ୍ଷେତ୍ରରେ ନିଜର ଦକ୍ଷତା ପ୍ରତିପାଦିତ କରିବେ । ଆୟର ପରିମାଣ ଅଧିକ ହୋଇପାରେ
ପ୍ରତିକାର – ଶନିଙ୍କ ମାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ ।
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮