ସୌର ଧନୁ ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୨୬ ତାରିଖ ଗୁରୁବାର । ଚନ୍ଦ୍ର-ତୁଳା ଅହୋରାତ୍ର,ତିଥି-୧୧ ଶୀ ରାତ୍ରି ୧୨.୪୪ ଗତେ ୧୨ ଶୀ ଘାତଚନ୍ଦ୍ର- ନାସ୍ତି,ପୁଷ୍କର ଦୋଷ- ସନ୍ଧ୍ୟା ୦୬.୦୯ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ରାତ୍ରି ୧୨.୪୪ ଗତେ ୨ ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ ।
ବିଶାଖା- ସ୍ୱାସ୍ଥ୍ୟ ସମସ୍ୟାରେ ବହୁ ପରିମାଣରେ ହ୍ରାସ ପାଇବ । ସନ୍ତାନ ପକ୍ଷକୁ ନେଇ ଚିନ୍ତିତ ରହିବେ । ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତି ହେବ
ଅନୁରାଧା- ଶିକ୍ଷାର୍ଥୀ ମାନେ ଅଧ୍ୟୟନ ଦିଗରେ ମନ ବଳାଇବେ । ଦୂରଯାତ୍ରା, ବାଣିଜ୍ୟ,ବ୍ୟବସାୟ କାରବାର କ୍ଷେତ୍ରରେ ଉନ୍ନତି ଆସିବ । କର୍ମକ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ କରିବେ ।
ଜ୍ୟେଷ୍ଠା- ସମ୍ପତି-ବାଡିକୁ ନେଇ ଅନେକ ପରିସ୍ଥିତି ଦେଖା ଦେଇପାରେ । ମହିଳା ମାନଙ୍କୁ ଅନେକ ଚାପରେ ଗତି କରିବାକୁ ପଡିପାରେ । ବନ୍ଧୁଙ୍କ ଠାରୁ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ ସାଧନ କରିପାରନ୍ତି ।
ପ୍ରତିକାର – ସୂର୍ଯ୍ୟ ଦେବତାଙ୍କୁ ଜଳ ଅର୍ପଣ କରି ଦିନ ଆରମ୍ଭ କରନ୍ତୁ
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯