ସୌର କୁମ୍ଭ ମାସ ଫାଲ୍ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୨୬ ତାରିଖ ସୋମବାର । ଚନ୍ଦ୍ର- ସିଂହ ଦିବା ୦୮.୧୦ ଗତେ କନ୍ୟା । ତିଥି- ୨ୟା ରାତ୍ରି ୧୧.୧୬ ଗତେ ୩ୟ । ଘାତଚନ୍ଦ୍ର- କର୍କଟ ଓ ମକର ରାଶିର, ଦିବା ୦୮.୧୦ ଗତେ ବୃଷ ରାଶିର । ଘାତବାର- ମିଥୁନ ରାଶିର । ପୁଷ୍କର ଦୋଷ- ୨ ପାଦ-ପଶୁ ଓ ବଂଶ ହାନି-ଅନ୍ନ ଓ ତିଳକାଞ୍ଚନ ଦାନ ରାତ୍ରି ୧୧.୧୬ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ନିଶାନ୍ତ ୦୪.୩୦ ପର୍ଯ୍ୟନ୍ତ ।
ଚିତ୍ରା- ସ୍ୱାସ୍ଥ୍ୟ ସମସ୍ୟା ଉପନ୍ନ ହୋଇପାରେ । ପତିପତ୍ନୀଙ୍କ ମଧ୍ୟରେ ଭଲ ସପଂର୍କ ସୃଷ୍ଟି ହେବ । ଆୟବ୍ୟୟ ସମାନ ପରିମାଣରେ ରହିବ ।
ସ୍ୱାତୀ- ପାରିବାରିକ ଜୀବନରେ ବୁଝାବଣା ନେଇ ତିକ୍ତତା ଦୂରେଇବାରେ ବନ୍ଧୁଙ୍କ ଅବଦାନ ଅବିସ୍ମରଣୀୟ ରହିବ । ରାଜନୈତିକ ଆଲୋଚନା କ୍ଷେତ୍ରରେ ଶୁଭଫଳ ପାଇବେ । ସତର୍କ ରୁହନ୍ତୁ ଆପଣଙ୍କ ବ୍ୟବହାରରେ ଶତ୍ରୁ ବୃଦ୍ଧି ହୋଇପାରନ୍ତି ।
ବିଶାଖା- ଯେଉଁ ବ୍ୟବସାୟ ଆରମ୍ଭ କରିବା ପାଇଁ ଭାବୁଥିବେ ତାହା ଶୀଘ୍ର ଆରମ୍ଭ କରନ୍ତୁ । ମାଲିକମକଦ୍ଦମାରେ ଓକିଲଙ୍କ ସାହାଯ୍ୟ ପାଇବେ । ମହିଳା ମାନେ ଅଳଙ୍କାର ମାନ କ୍ରୟ କରି ପାରନ୍ତି ।
ପ୍ରତିକାର- ଶୁକ୍ରଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬