ସୌର କୁମ୍ଭ ମାସ ଫାଲ୍ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୨୬ ତାରିଖ ସୋମବାର । ଚନ୍ଦ୍ର- ସିଂହ ଦିବା ୦୮.୧୦ ଗତେ କନ୍ୟା । ତିଥି- ୨ୟା ରାତ୍ରି ୧୧.୧୬ ଗତେ ୩ୟ । ଘାତଚନ୍ଦ୍ର- କର୍କଟ ଓ ମକର ରାଶିର, ଦିବା ୦୮.୧୦ ଗତେ ବୃଷ ରାଶିର । ଘାତବାର- ମିଥୁନ ରାଶିର । ପୁଷ୍କର ଦୋଷ- ୨ ପାଦ-ପଶୁ ଓ ବଂଶ ହାନି-ଅନ୍ନ ଓ ତିଳକାଞ୍ଚନ ଦାନ ରାତ୍ରି ୧୧.୧୬ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ନିଶାନ୍ତ ୦୪.୩୦ ପର୍ଯ୍ୟନ୍ତ ।
ବିଶାଖା- ପାରିବାରିକ ଜୀବନରେ ବୁଝାବଣା ନେଇ ତିକ୍ତତା ଦୂରେଇବାରେ ବନ୍ଧୁଙ୍କ ଅବଦାନ ଅବିସ୍ମରଣୀୟ ରହିବ । ରାଜନୈତିକ ଆଲୋଚନା କ୍ଷେତ୍ରରେ ଶୁଭଫଳ ପାଇବେ । ସତର୍କ ରୁହନ୍ତୁ ଆପଣଙ୍କ ବ୍ୟବହାରରେ ଶତ୍ରୁ ବୃଦ୍ଧି ହୋଇପାରନ୍ତି ।
ଅନୁରାଧା- ଛାତ୍ରଛାତ୍ରୀମାନେ ପଢାରେ ଭଲ ସଫଳତା ଆଣିବେ । ରୁଣ କିମ୍ବା ଉଧାର ନେବା ଠାରୁ ଦୂରେଇ ରହିବା ଉଚିତ୍ । ଅଭାବ ଅନାଟନ ପାଇଁ ବ୍ୟୟ ସଂକୋଚନ ହେବ ।
ଜ୍ୟେଷ୍ଠା- ରାଜନୀତିରେ ଦୁଃସାହାସିକ ପଦକ୍ଷପ ନେବେ । ଖେଳାଳିଙ୍କ ପାଇଁ ଦିନଟି ବହୁତ ଭଲ ରହିବ । ଚାକିରିରେ ବଦଳି ହେବା ଦ୍ୱାରା ଅସୁବିଧାରେ ପଡି ପାରନ୍ତି ।
ପ୍ରତିକାର- ବଗଳା ମୂଖିଙ୍କର ପୂଜାର୍ଚ୍ଚନା କରନ୍ତୁ
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯