• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th January 2024: ଏହି ରାଶିର ବ୍ୟକ୍ତିଙ୍କ ଆସିଲା ଶୁଭ ସମୟ

ସୌର ମକରମାସ  ମାଘ କୃଷ୍ଣପକ୍ଷ । ଇଂରାଜୀ ୨୬ ତାରିଖ ଶୁକ୍ରବାର । ଚନ୍ଦ୍ର- କର୍କଟ ଅହୋରାତ୍ର । ତିଥ- ପ୍ରତିପଦ ରାତ୍ରି ୦୧.୨୦ ଗତେ ୨ୟା । ଘାତଚନ୍ଦ୍ର- ନାସ୍ତି । ଘାତବାର- ବିଛା,ଧନୁ ଓ ମୀନ ରାଶିର । ପୁଷ୍କର ଦୋଷ- ରାତ୍ରି ୦୧.୨୦ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନଦାନ ।

Aquarius

କୁମ୍ଭ

Friday 26 Jan 2024

ଧନିଷ୍ଠା- ଅତୀତ ଘଟଣା ମନେପକାଇ ମାନସିକ ସ୍ଥିତି ଠିକ୍ ରହିବ ନାହିଁ । ଆନୁଷ୍ଠାନିକ କାମରେ ଦକ୍ଷତା ବୃଦ୍ଧି କାରଣରୁ ସାମାଜିକ ପ୍ରତିଷ୍ଠା ବଢ଼ିବ। ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍ ହୋଇଯିବ ।

ଶତଭିଷା- ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ କ୍ଷେତ୍ର ମଧ୍ୟମ ପ୍ରକାରର ରହିବ । କର୍ମକ୍ଷେତ୍ରରେ ବନ୍ଧୁତା ଓ ବ୍ୟବସାୟରେ ଉନ୍ନତି କରିବେ । ସାଂସ୍କୃତିକ କିମ୍ବା ଆନୁଷ୍ଠାନିକ କ୍ଷେତ୍ରରେ ଦକ୍ଷତାରୁ ପ୍ରଶଂସିତ ହେବେ ।

ପୂ,ଭାଦ୍ରପଦ- କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାରୁ ସ୍ଥଗିତ ରହିବା ଉଚିତ୍ ଜ୍ଝ  କଚେରୀ  ମାମଲା  ମାନସିକ  ସ୍ଥିତିକୁ  ବିଗାଡି ଦେଇପାରେ । ମହିଳା ମାନେ ନିଜର ବ୍ୟବହାର ପ୍ରତି ଧ୍ୟାନ ଦିଅନ୍ତୁ ।

ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮

ପ୍ରତିକାର – ପକ୍ଷୀଙ୍କୁ କିଛି ଦାନା ଖାଇବାକୁ ଦିଅନ୍ତୁ