• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th January 2024: ଏହି ରାଶିର ବ୍ୟକ୍ତିଙ୍କ ଆସିଲା ଶୁଭ ସମୟ

ସୌର ମକରମାସ  ମାଘ କୃଷ୍ଣପକ୍ଷ । ଇଂରାଜୀ ୨୬ ତାରିଖ ଶୁକ୍ରବାର । ଚନ୍ଦ୍ର- କର୍କଟ ଅହୋରାତ୍ର । ତିଥ- ପ୍ରତିପଦ ରାତ୍ରି ୦୧.୨୦ ଗତେ ୨ୟା । ଘାତଚନ୍ଦ୍ର- ନାସ୍ତି । ଘାତବାର- ବିଛା,ଧନୁ ଓ ମୀନ ରାଶିର । ପୁଷ୍କର ଦୋଷ- ରାତ୍ରି ୦୧.୨୦ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନଦାନ ।

Pisces

ମୀନ

Friday 26 Jan 2024

ପୂ,ଭାଦ୍ରପଦ- ବ୍ୟବସାୟ, ବାଣିଜ୍ୟରୁ ଭଲ ଲାଭ ପାଇବେ କିନ୍ତୁ ପ୍ରତିଦ୍ୱନ୍ଦ୍ୱିତା ଲାଗି ରହିବ । ନିଜ ଲୋକଙ୍କ ପରୋକ୍ଷ ଶତୃତା ହେତୁ ଭାବପ୍ରବଣତା ବୃଦ୍ଧି ପାଇବ । ଆତ୍ମୀୟଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ ।

ଉ,ଭାଦ୍ରପଦ- କର୍ମ କ୍ଷେତ୍ରରେ ଉପରିସ୍ଥ କର୍ମଚାରୀ ମାନଙ୍କ ସହିତ କିଛି ବାଦ ବିବାଦ ଉପୁଜି ପାରେ । ସାମାଜିକ ସ୍ତରରେ ସମ୍ମାନୀୟ ବ୍ୟକ୍ତି ସହୟତା କରିବେ । ସରକାରୀ ସ୍ତରରୁ ଆଶା କରୁଥିବା ଶୁଭ ଖବର ପାଇ ଉଲ୍ଲସିତ ହେବେ ।

ରେବତୀ- ଟଙ୍କା ଭିନ୍ନ ବାଟରେ ଖର୍ଚ୍ଚ ହୋଇଯିବା କାରଣରୁ ଦୁଃଖ ପ୍ରକାଶ କରିପାରନ୍ତି । ଘରକୁ  ଭଲ ଭଲ ଜିନିଷ କିଣିବା ସକାଶେ ମନ ବଳାଇବେ । ଆଇନ ଅଦାଲତ କ୍ଷେତ୍ରରେ ଶୁଭଫଳ ପାଇପାରନ୍ତି ।

ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩

ପ୍ରତିକାର - ଶ୍ରୀ କୃଷ୍ଣଙ୍କର ପୂଜାର୍ଚ୍ଚନା କରନ୍ତୁ