• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th January 2024: ଏହି ରାଶିର ବ୍ୟକ୍ତିଙ୍କ ଆସିଲା ଶୁଭ ସମୟ

ସୌର ମକରମାସ  ମାଘ କୃଷ୍ଣପକ୍ଷ । ଇଂରାଜୀ ୨୬ ତାରିଖ ଶୁକ୍ରବାର । ଚନ୍ଦ୍ର- କର୍କଟ ଅହୋରାତ୍ର । ତିଥ- ପ୍ରତିପଦ ରାତ୍ରି ୦୧.୨୦ ଗତେ ୨ୟା । ଘାତଚନ୍ଦ୍ର- ନାସ୍ତି । ଘାତବାର- ବିଛା,ଧନୁ ଓ ମୀନ ରାଶିର । ପୁଷ୍କର ଦୋଷ- ରାତ୍ରି ୦୧.୨୦ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନଦାନ ।

Gemini

ମିଥୁନ

Friday 26 Jan 2024

ମୃଗଶିରା- ଅଚାନକ କୈାଣସି କଥାକୁ ନେଇ ମନୋଭାବ ଖରାପ ହୋଇପାରେ । ଭାତୃ ସଂପର୍କରେ ଉନ୍ନତି ଘଟିବ । ବ୍ୟବସାୟୀ ମାନେ ମୂଳ ଧନରୁ ସାମାନ୍ୟ କ୍ଷତି କରିପାରନ୍ତି । 

ଆଦ୍ରା- ନୂତନ କର୍ମ କ୍ଷେତ୍ରରେ ଯୋଗଦାନ ଦେଇ ପାରନ୍ତି । ରାଜନୀତିରେ ଯୋଗ୍ୟତା ଅନୁସାରେ ପଦବୀ ମିଳିପାରେ । ଶିକ୍ଷାର୍ଥି ମାନେ ବିଦ୍ୟାରେ ସଫଳତା ହାସଲ କରିବେ ।

ପୁନର୍ବସୁ- ପୂର୍ବରୁ କରିଥିବା କର୍ମପାଇଁ ଦଣ୍ଡ ଭୋଗିପାରନ୍ତି । ମହିଳା ମାନେ  ପିଲାମାନଙ୍କ ସହ ଖୁସିରେ ସମୟ କଟାଇବେ । ଆପଣଙ୍କର ପ୍ରୟାସ ଯୋଗୁ ବଡ଼ ସଫଳତା ସହିତ ପୁରସ୍କୃତ ହେବେ । 

ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫ 

ପ୍ରତିକାର – ବିଷ୍ଣୁଙ୍କର ସହସ୍ର ନାମ ପାଠ କରନ୍ତୁ