• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th January 2024: ଏହି ରାଶିର ବ୍ୟକ୍ତିଙ୍କ ଆସିଲା ଶୁଭ ସମୟ

ସୌର ମକରମାସ  ମାଘ କୃଷ୍ଣପକ୍ଷ । ଇଂରାଜୀ ୨୬ ତାରିଖ ଶୁକ୍ରବାର । ଚନ୍ଦ୍ର- କର୍କଟ ଅହୋରାତ୍ର । ତିଥ- ପ୍ରତିପଦ ରାତ୍ରି ୦୧.୨୦ ଗତେ ୨ୟା । ଘାତଚନ୍ଦ୍ର- ନାସ୍ତି । ଘାତବାର- ବିଛା,ଧନୁ ଓ ମୀନ ରାଶିର । ପୁଷ୍କର ଦୋଷ- ରାତ୍ରି ୦୧.୨୦ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନଦାନ ।

Capricorn

ମକର

Friday 26 Jan 2024

ଉ,ଷାଢା- ପିଲାମାନଙ୍କ ବିଶୃଙ୍ଖଳିତ ଆଚରଣ ଓ ଘର ଲୋକଙ୍କ ଦାୟିତ୍ୱହୀନତାରୁ ଚିନ୍ତିତ ରହିବେ। ବନ୍ଧୁବାନ୍ଧବରେ ସମସ୍ୟା ସମାଧାନର ରାସ୍ତା ଖୋଜି ପାଇବେ। ପରିବାରରେ ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି ଟଣାଓଟରା ଦେଖା ଦେଇପାରେ ।

ଶ୍ରବଣା- ଆଜିର ଅଫିସ୍ କାମରେ ସହମତିରେ କାମ କଲେ ଅପେକ୍ଷାକୃତ ସଫଳତା ପାଇପାରନ୍ତି । ରାଜନୈତିକ ସ୍ଥିତି ମଧ୍ୟମ ପ୍ରକାରର ରହିବ । ସରକାରୀ କାମରେ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ ।

ଧନିଷ୍ଠା- ଆବଶ୍ୟକତା ପୂରଣ କରିବା ସକାଶେ ଧାରକରଜ କରି କାମକୁ ଚଳାଇ ନେବେ। କୌଣସି ଅତ୍ୟାବଶ୍ୟକୀୟ କାଗଜପତ୍ର ନ ପାଇ ବ୍ୟସ୍ତ ହୋଇପାରନ୍ତି । ଆଲୋଚନା ପରିସରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ ।

ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮

ପ୍ରତିକାର – କାଳିଙ୍କ ଯନ୍ତ୍ରିକା ମହା କବଚ ଧାରଣ କରନ୍ତୁ