ସୈାର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୨୬ ତାରିଖ ସୋମବାର । ଚନ୍ଦ୍ର – କନ୍ୟା ଅହୋରାତ୍ର, ତିଥି – ୮ମୀ ରାତ୍ରି ୦୨.୦୫ ଗତେ ୯ମୀ, ଘାତ ଚନ୍ଦ୍ର – ବୃଷ ଅହୋରାତ୍ର, ଘାତ ବାର – ମିଥୁନ, ପୁଷ୍କର ଦୋଷ – ୨ ପାଦ - କୃଷିହାନି- ତିଳକାଞନ ଦାନ ଦିବା ୧୨.୪୨ ପର୍ଯ୍ୟନ୍ତ
ଉ, ଷାଢା - ଆତ୍ମୀୟଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ । ବ୍ୟବସାୟ, ବାଣିଜ୍ୟରୁ ଭଲ ଲାଭ ପାଇବେ କିନ୍ତୁ ପ୍ରତିଦ୍ୱନ୍ଦ୍ୱିତା ଲାଗି ରହିବ । ନିଜ ଲୋକଙ୍କ ପରୋକ୍ଷ ଶତୃତା ହେତୁ ଭାବପ୍ରବଣତା ବୃଦ୍ଧି ପାଇବ ।
ଶ୍ରବଣା - ସରକାରୀ ସ୍ତରରୁ ଆଶା କରୁଥିବା ଶୁଭ ଖବର ପାଇ ଉଲ୍ଲସିତ ହେବେ । କର୍ମ କ୍ଷେତ୍ରରେ ଉପରିସ୍ଥ କର୍ମଚାରୀ ମାନଙ୍କ ସହିତ କିଛି ବାଦ ବିବାଦ ଉପୁଜି ପାରେ । ସାମାଜିକ ସ୍ତରରେ ସମ୍ମାନୀୟ ବ୍ୟକ୍ତି ସହୟତା କରିବେ ।
ଧନିଷ୍ଠା - ଛାତ୍ରଛାତ୍ରୀ ମାନେ ଉଚ୍ଚ ଶିକ୍ଷା କରିବା ପାଇଁ ସୁଯୋଗ ଆସିପାରେ । କିଛିଟା ଲୋଭନୀୟ ପ୍ରତିଶ୍ରୁତି ପ୍ରଦାନ କରି ବନ୍ଧୁଙ୍କ ସହ ନୂଆ ସମ୍ପର୍କରୁ ଖୁସି ରହିବେ ।
ପ୍ରତିକାର – ଦକ୍ଷିଣକାଳିଙ୍କୁ ପୂଜା କରନ୍ତୁ ।
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮