କର୍ମକ୍ଷେତ୍ରରେ ଆତ୍ମବିଶ୍ୱାସ ଓ ଦୃଢତା ଯୋଗେ ସମ୍ମାନର ଅଧିକାରୀ ହୋଇପାରିବେ । ସୁସ୍ଥ ମାନସିକତା ରକ୍ଷା କରି ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ । ପାରିବାରିକ ତିକ୍ତତାର ସମସ୍ୟା ଦୂର ହେବ ।
ମଘା- ଦେହ ଖରାପରୁ ଉପଶମ ମିଳିବ । ପାରିବାରିକ ଜୀବନରେ ଅବହେଳା ପ୍ରଦର୍ଶନ କରିବେ । କାମଧନ୍ଦାରେ ଉନ୍ନତି ହେବ । ସରକାରୀ ଚାକିରିଆଙ୍କର ମନ ପସନ୍ଦ ଜାଗାକୁ ବଦଳି ହେବ । ପୂ,ଫାଲଗୁନି- ଛୋଟ ଛୋଟ କଥାକୁ ନେଇ ପ୍ରେମୀଯୁଗଳଙ୍କ ମଧ୍ୟରେ ମତାନ୍ତର ହୋଇପାରେ । ବ୍ୟବସାୟରେ ଆଶା କରାଯାଉଥିବା ଫଳ ନପାଇ ଆପଣଙ୍କୁ କିଛି ନିରାଶାର ସମ୍ମୁଖୀନ ହେବାକୁ ପଡିପାରେ । ଉ,ଫାଲଗୁନି- ଆପଣଙ୍କୁ ନିଜ ପ୍ରତିଭାରୁ ଯଥେଷ୍ଟ ଲାଭ ମିଳିବ । ଜୀବନସାଥୀ ଓ ପରିଜନଙ୍କ ସ୍ନେହ ପାଇବେ । ଜମି ସମସ୍ୟା ସମାଧାନ ହେବ । ଆପଣ ନିଜ କାମରେ ସଫଳତା ପାଇବେ ।
ପ୍ରତିକାର – ଓଁ ହ୍ରୀଂ ହ୍ରୀଂ ରାଂ ରାମାୟ ନମଃ ଜପ କରନ୍ତୁ
ଶୁଭ ରଙ୍ଗ :ନାରଙ୍ଗୀ
ଶୁଭ ସଂଖ୍ୟା :୧
କର୍ମକ୍ଷେତ୍ରରେ ଆତ୍ମବିଶ୍ୱାସ ଓ ଦୃଢତା ଯୋଗେ ସମ୍ମାନର ଅଧିକାରୀ ହୋଇପାରିବେ । ସୁସ୍ଥ ମାନସିକତା ରକ୍ଷା କରି ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ । ପାରିବାରିକ ତିକ୍ତତାର ସମସ୍ୟା ଦୂର ହେବ ।ସମ୍ପର୍କ ଭଲ ଥିଲେ ମଧ୍ୟ ବନ୍ଧୁଙ୍କ ଅଶୋଭନୀୟ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିବ । କାର୍ଯ୍ୟବ୍ୟସ୍ତତା ଯୋଗୁଁ କେତେକ କାମ ଠିକ୍ ସମୟରେ କରିପାରିବେ ନାହିଁ ।