ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୨୬ ତାରିଖ ରବିବାର । ଚନ୍ଦ୍ର-ଧନୁ ଅହୋରାତ୍ର । ତିଥି-୩ୟା ସନ୍ଧ୍ୟା ୦୬.୦୬ ଗତେ ୪ର୍ଥୀ । ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର ଅହୋରାତ । ଘାତବାର- ମେଷ ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ।
ଉ,ଫଳଗୁନି- ବନ୍ଧୁଙ୍କ ସହ ଆକସ୍ମିକ ଭ୍ରମଣ ସୁଯୋଗ ଲାଭକରିବେ। ବ୍ୟବସାୟିକ ସ୍ଥିତି ସୁଦୃଢ଼ ରହିବା ହେତୁ ସାମାନ୍ୟ ଖୁସିର ଝଲକ ପରିଲକ୍ଷିତ ହେବ। ଅଫିସ୍ କାମ ପୂରା କରିବାରେ ସଂପୂର୍ଣ୍ଣ ସଫଳ ହେବେ ।
ହସ୍ତା- ରାଜନୈତିକ ସ୍ତରରେ ହଠାତ୍ ବିରାଧୀ ପକ୍ଷ ସକ୍ରିୟ ହୋଇପାରନ୍ତି। ପଡ଼ୋଶୀଙ୍କଠାରୁ ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ଆବଶ୍ୟକତାନୁଯାୟୀ ମୂଲ୍ୟବାନ ଦ୍ରବ୍ୟ କ୍ରୟ କରିବା ସକାଶେ ମନ ବଳାଇପାରନ୍ତି ।
ଚିତ୍ରା- ପବ୍ଲିକକେଶନ, ପ୍ଲଟିଂ କାରବାର, ଚୁକ୍ତିପତ୍ର କ୍ଷେତ୍ରରେ ସଫଳତା ମିଳିବ। କୌଣସି ଅସୁବିଧା ନ ଥିଲେ ମଧ୍ୟ ଅତୀତ ଘଟଣାକୁ ନେଇ ମନ ଦୁଃଖରେ ରହିବେ। ସ୍ବାସ୍ଥ୍ୟ ସମସ୍ୟା, ପାରିବାରିକ ମତାନ୍ତର, ମନରେ ଭାବାନ୍ତର ସୃଷ୍ଟି କରିବ ।
ପ୍ରତିକାର - ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫