• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th May 2024: ଏହି ରାଶିର ବ୍ୟକ୍ତିଙ୍କର ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ...

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୨୬ ତାରିଖ ରବିବାର । ଚନ୍ଦ୍ର-ଧନୁ ଅହୋରାତ୍ର । ତିଥି-୩ୟା ସନ୍ଧ୍ୟା ୦୬.୦୬ ଗତେ ୪ର୍ଥୀ । ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର ଅହୋରାତ । ଘାତବାର- ମେଷ ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ।

Capricorn

ମକର

Sunday 26 May 2024

ଉ,ଷାଢା- ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିପାରନ୍ତି । ନିଜ ଲୋକମାନେ ଈର୍ଷା ପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେବାରେ ସମର୍ଥ ହେବେ। ଦୃଢ଼ ମନୋବଳ ସମସ୍ୟା ସମାଧାନରେ ସହାୟକ ହେବ।

ଶ୍ରବଣା- ସୁମଧୁର କଥା ସମସ୍ୟାର ସମାଧାନ, ଅର୍ଥଲାଭ, ସମ୍ମାନ, କାର‌୍ୟ୍ୟସିଦ୍ଧି କରାଇବ। ଠିକ୍ ବିଚାର ବିନା ସରଳ ବିଶ୍ୱାସ କରି ହଇରାଣରେ ପଡ଼ିପାରନ୍ତି।

ଧନିଷ୍ଠା- ସାଙ୍ଗଠନିକ କାର‌୍ୟ୍ୟରେ ନେତୃତ୍ୱ ନେବେ ଓ ସଭାସମିତିରେ ପ୍ରଶଂସିତ ହେବେ। ବନ୍ଧୁଙ୍କ ପରାମର୍ଶରେ ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇବେ।

ପ୍ରତିକାର – ଶନିଙ୍କର ଗାୟତ୍ରୀ ପାଠ କରନ୍ତୁ ।

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :