ସୈାର ବିଛା ମାସ କାର୍ତ୍ତିକ ଶୁକ୍ଳପକ୍ଷ । ଇଂରାଜୀରେ ୨୬ ତାରିଖ ରବିବାର ଚନ୍ଦ୍ର- ମେଷ ରାତ୍ରି ୦୭.୫୬ ଗତେ ବୃଷ ତିଥି- ୧୪ଶୀ ଦିବା ୦୩.୫୩ ଗତେ ପୂର୍ଣ୍ଣିମା ଘାତଚନ୍ଦ୍ର- ମେଷ ରାଶିର, ରାତ୍ରି ୦୭.୫୬ ଗତେ ବିଛା ରାଶିର ଘାତବାର- ମେଷ ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ଦିବା ୦୨.୦୫ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଛନ ଦାନ
ପୁନର୍ବସୁ- ବୟସ୍କ ବ୍ୟକ୍ତିଙ୍କ ଶାରୀରିକ ଅସୁସ୍ଥତା ଯୋଗୁ ମାନସିକ ସ୍ଥିତି ଠିକ୍ ରହିବ ନାହିଁ । କର୍ମକ୍ଷେତ୍ରରେ ସହକର୍ମୀଙ୍କ ପରାମର୍ଶକୁ ଗ୍ରହଣ କରିବେ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ନିତ କରିବେ । ଅଳଙ୍କାର, ଔଷଧପତ୍ର ଓ ସୌଖୀନ ଦ୍ରବ୍ୟ ପାଇଁ ଖର୍ଚ୍ଚାନ୍ତ ହେବେ
ପୁଷ୍ୟା- ଶିଳ୍ପ, ପରିବହନ, ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ କିନ୍ତୁ ନିରାଶ ହେବେନି । ସାମାଜିକ ସ୍ତରରେ ସମ୍ମାନ ଲାଭ କରିପାରନ୍ତି । ପରୋକ୍ଷ ଶତ୍ରୁତା ପ୍ରତି ସତର୍କ ରହିବା ସହିତ କାମ ହାସଲ କରିବାରେ କିଛି ଅସୁବିଧା ହେବ ନାହିଁ
ଅଶ୍ଲେଷା- ମାଲିମକଦ୍ଦମାରେ ବିଜୟ ପ୍ରାପ୍ତିର ଆଶା କରିବେ । ଦେବ ଦର୍ଶନ ସାଙ୍ଗକୁ ଭ୍ରମଣ ସୁଯୋଗ ଜୁଟିବାର ସମ୍ଭାବନା ରହିଛି । ନିଜ ମନ ପସନ୍ଦର ଜିନିଷ କିଣିବା ସକାଶେ ମନ ବଳାଇବେ।
ପ୍ରତିକାର- ଶିବଙ୍କୁ ତାଙ୍କର ଚନ୍ଦ୍ରଶେଖର ଅବତାରରେ ପୂଜା କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୨