ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୨୬ ତାରିଖ ମଙ୍ଗଳବାର । ଚନ୍ଦ୍ର- କନ୍ୟା ଅହୋରାତ୍ର,ତିଥି- ୧୧ଶୀ ରାତ୍ରି ୦୩.୪୭ ଗତେ ୧୨ଶୀ,ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର,ଘାତବାର- ମକର ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ରାତ୍ରି ୦୩.୪୭ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ।
ଉ , ଫାଲଗୁନୀ – ମାନସିକ ଶାନ୍ତି ଅନୁଭବ କରିବେ । କର୍ମକ୍ଷେତ୍ରରେ ସହଯୋଗୀ ମାନଙ୍କ ଯୋଗୁ ଶାନ୍ତି ପାଇବେ । ମାଙ୍ଗଳିକ କାର୍ୟ୍ୟର ଆୟୋଜନ କରି ପାରିବେ ।
ହସ୍ତା – ବ୍ୟବସାୟୀମାନେ ବିଶେଷ ଲାଭବାନ୍ ହେବେ । ପ୍ରଶାସନ ସହ ଜଡିତ ଲୋକମାନଙ୍କ ଉପରେ କମ୍ ଚାପ ରହିବ । ସାଙ୍ଗଠନିକ କ୍ଷେତ୍ରରେ ଲକ୍ଷ୍ୟ ହାସଲ କରିବାରେ ସମର୍ଥ ହେବେ ।
ଚିତ୍ରା – କୈାଣସି ବିବାଦୀୟ ଘଟଣାରେ ନୀରବତା ଅବଲମ୍ବନ କଲେ କ୍ଷତିରେ ପଡିବେ । ନିଜର କାର୍ୟ୍ୟସାଧନ ସକାଶେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇ ନେବେ । ଅଜଣା ବ୍ୟକ୍ତିମାନଙ୍କ ଦ୍ୱାରା ପ୍ରଭାବିତ ହୋଇ କୌଣସି କାମ କରିବା ଠିକ୍ ହେବନି ।
ପ୍ରତିକାର - ପାଣିରେ କିଛି ଲୁଣ ପକାଇ ଘରକୁ ପୋଛନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫