ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୨୬ ତାରିଖ ମଙ୍ଗଳବାର । ଚନ୍ଦ୍ର- କନ୍ୟା ଅହୋରାତ୍ର,ତିଥି- ୧୧ଶୀ ରାତ୍ରି ୦୩.୪୭ ଗତେ ୧୨ଶୀ,ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର,ଘାତବାର- ମକର ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ରାତ୍ରି ୦୩.୪୭ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ।
ଉ , ଷାଢା – ପେଟ ସମସ୍ୟା ପ୍ରତି ସାବଧାନ ରହିବା ଆବଶ୍ୟକ । କର୍ମକ୍ଷେତ୍ରରେ ଶତୃମାନେ ଦୂରେଇ ଯିବା ଫଳରେ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ଦୀର୍ଘ ଦିନରୁ ପ୍ରତୀକ୍ଷିତ କୌଣସି ଶୁଭ ଖବର ମନକୁ ଆହ୍ଲାଦିତ କରିବ।
ଶ୍ରବଣା – ଶିକ୍ଷାକ୍ଷେତ୍ରରେ ନୂତନ ସ୍ଥାନରେ ପଢିବାର ସୁଯୋଗ ପାଇବେ । ପଛ କଥା ନଭାବି ବର୍ତମାନ ପରିସ୍ଥିତିକୁ ସାମ୍ନା କରିବେ । ସାଙ୍ଗସାଥୀଙ୍କ ସହ କିଛି ନୂଆ ସ୍ଥାନକୁ ପରିଦର୍ଶନରେ ଯାଇପାରନ୍ତି।
ଧନିଷ୍ଠା – ମହିଳା ମାନେ ନିଜ ବ୍ୟବହାରରେ ସଂଯମତା ରକ୍ଷାକରନ୍ତୁ । ଶୃଖଂଳିତ ଭାବରେ କର୍ମ କରି ସଫଳତା ପାଇବେ । କର୍ମକ୍ଷେତ୍ରରେ ସାହସିକତା ପ୍ରଦର୍ଶନ କରି ଉଚ୍ଚ ପ୍ରଶଂସିତ ହୋଇପାରନ୍ତି।
ପ୍ରତିକାର – ନିମ୍ବକାଠରେ ଚନ୍ଦନ ଘୋରି ମସ୍ତକରେ ଧାରଣ କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮