ସୌର ସିଂହମାସ ଶ୍ରାବଣ (ଶୁଦ୍ଧ) ଶୁକ୍ଲ ପକ୍ଷ । ଇଂରାଜୀରେ ୨୭ ତାରିଖ ରବିବାର । ଚନ୍ଦ୍ର- ଧନୁ ଅହୋରାତ୍ର । ତିଥି-୧୧ଶୀ ରାତ୍ରି ୦୯.୩୨ ଗତେ ୧୨ଶୀ । ଘାତ ଚନ୍ଦ୍ର-ତୁଳା ଓ କୁମ୍ଭ ରାଶିର ଅହୋରାତ୍ର । ଘାତ ବାର – ମେଷ
ମଘା- ଶାରୀରିକ କ୍ଲାନ୍ତି ଦୂର ହେବ । କାର୍ୟ୍ୟ କ୍ଷେତ୍ରରେ କୁଶଳତାପୂର୍ବକ ନିଜର ଅଭିଳାଷ ପୂରଣ କରିବେ । ବ୍ୟବସାୟରେ ପ୍ରଭାବ ବିସ୍ତାର କରିବେ । ଧର୍ମ ମନୋଭାବ ଦ୍ୱାରା ପରିଜନ ମାନଙ୍କଠାରେ ପ୍ରିୟଭାଜନ ହେବେ ।
ପୂ- ଫାଲ୍ଗୁନୀ- ରାଜନିତିରେ ସତ୍ୟବାଦି ହେବେ । ଲେଖାପଢାରେ ଧନ ଅର୍ଜନ କରିବେ । ନିଜର ଭଲ ବ୍ୟବହାର ଦେଖାଇ ସମସ୍ତଙ୍କ ମନ ଜିତିବେ । ଅନ୍ୟମନସ୍କ ହେତୁକ କୌଣସି ଭୁଲ୍ କାମ କରି ଅନୁତପ୍ତ ହେବେ ।
ଉ- ଫାଲ୍ଗୁନୀ- ପ୍ରେମିକ, ପ୍ରେମିକା ମାନେ ପରସ୍ପର ଠାରୁ ଦୂରତ୍ୱ ଅବଲମ୍ବନ କରିବେ । ପରିବହନ ଓ ଶିଳ୍ପରେ ମାନ୍ଦା ହେବାର ଦେଖାଦେଇ ପାରେ । ପୂର୍ବରୁ କରିଥିବା କର୍ମ ପାଇଁ ଦଣ୍ଡ ପାଇ ପାରନ୍ତି ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ରାମଙ୍କର ମୂଳ ମନ୍ତ୍ର ପାଠ କରନ୍ତୁ