• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th August 2024: ଏହି ରାଶିର ବ୍ୟକ୍ତିଙ୍କ ପ୍ରେମ ସମ୍ପର୍କ ଭଲ ରହିବ ..

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୨୭ ତାରିଖ ମଙ୍ଗଳବାର ଚନ୍ଦ୍ର- ବୃଷ ରାତ୍ରି ୦୩.୪୧ ଗତେ ମିଥୁନ

Scorpio

ବିଛା

Tuesday 27 Aug 2024

ବିଶାଖା- କର୍ମକ୍ଷେତ୍ରରେ ବାଧାବିଘ୍ନ ଦେଖାଦେଇପାରେ । ବ୍ୟବସାୟ ବାଣିଜ୍ୟରେ ଲାଭର ମାତ୍ରା କମିଯିବା ଯୋଗୁଁ ମାନସିକ ଅଶାନ୍ତି ଦେଖାଦେବ । ନିଜ ଲୋକଙ୍କ ସହିତ ମତାନ୍ତର, ମନାନ୍ତର ଦେଖାଦେବ ।

ଅନୁରାଧା- ଆର୍ଥିକ ଓ ପାରିବାରିକ ସ୍ଥିତିରେ ବିଶେଷ ପରିବର୍ତ୍ତନ ଦେଖାଯିବ ନାହିଁ । ନିର୍ମାଣାଧୀନ କାମ ଓ ଜମିଜମା ବିବାଦୀୟ ପରିସ୍ଥିତି ସ୍ଥଗିତ ରହିଯିବ । ନିଜ ସଂସ୍ପର୍ଶରେ ଆସୁଥିବା ବ୍ୟକ୍ତିଙ୍କ କାର୍ଯ୍ୟକଳାପ ନିଜ ପାଇଁ ଅସନ୍ତୋଷ ସୃଷ୍ଟି କରିପାରେ ।

ଜ୍ୟେଷ୍ଠା- ଖଳଲୋକଙ୍କ କଥାରେ ଭୁଲ୍ ମାର୍ଗ ଅନୁସରଣ କରି ହଇରାଣ ହେବେ । କେତେକ କାମ ସକାଶେ ଅନ୍ୟର ସାହାଯ୍ୟ ନେବାକୁ ବାଧ୍ୟ ହୋଇପାରନ୍ତି । ମାଲିମକଦ୍ଦମା, ତର୍କବିତର୍କ କ୍ଷେତ୍ରରୁ ଶୁଭଫଳ ପାଇବେ ।

ପ୍ରତିକାର – ମା ମଙ୍ଗଳାଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :