ସୈାର କୁମ୍ଭ ମାସ ଫାଲ୍ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୨୭ ତାରିଖ ସୋମବାର । ଚନ୍ଦ୍ର – ବୃଷ ଅହୋରାତ୍ର ,ତିଥି – ୮ମୀ ରାତ୍ରି ୦୨.୨୧ ଗତେ ୯ମୀ ଘାତ ଚନ୍ଦ୍ର – ବିଛା ଅହୋରାତ୍ର,ଘାତ ବାର- ମିଥୁନ,ପୁଷ୍କର ଦୋଷ – ନାସ୍ତି ।
ପୁନର୍ବସୁ- ଚିନ୍ତା ନ କରି କାମରେ ମନ ଦିଅନ୍ତୁ, ମିତ୍ରମାନେ ସହଯୋଗର ହାତ ବଢ଼ାଇବେ। ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ଲାଭବାନ୍ ହେବେ । ଆପଣ ଅଯଥା ବ୍ୟସ୍ତତା ମଧ୍ୟରେ ସମୟ କଟାଇବେ।
ପୁଷ୍ୟା- ବସ୍ତ୍ରଭୂଷଣ ପ୍ରାପ୍ତି ଯୋଗ ରହିଛି । ପୁରୁଣା ସମସ୍ୟାଗୁଡ଼ିକ ତୁଟି ଯାଇଥଲେ ମଧ୍ୟ ଆକସ୍ମିକ ଭାବେ ନୂତନ ସମସ୍ୟା ଦେଖାଦେବ । ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ ।
ଅଶ୍ଳେଷା- ଜମିରେ ନିବେଶ ପାଇଁ ଭଲ ଦିନଟିଏ । କଳା ବିଦ୍ୟା ପ୍ରତି ଆଗ୍ରହ ସୃଷ୍ଟି ହୋଇପାରେ । ଘର ଓ ଦୋକାନର ମରାମତି ପାଇଁ ଆପଣ ଯୋଜନା କରିପାରିବେ ।
ପ୍ରତିକାର – ବରଗଛ ମୂଳରେ କିଛି କ୍ଷୀର ଢାଳି ଦିନଟି ଆରମ୍ଭ କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୨