Daily Horoscope 27th February 2023: ଆଜି ଏହି ରାଶିର ବ୍ୟକ୍ତିଙ୍କର କଳା, ସଙ୍ଗୀତ ତଥା କ୍ରୀଡ଼ା କ୍ଷେତ୍ରରେ ସଫଳତା ମିଳିପାରେ

ସୈାର କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୨୭ ତାରିଖ ସୋମବାର । ଚନ୍ଦ୍ର – ବୃଷ ଅହୋରାତ୍ର ,ତିଥି – ୮ମୀ ରାତ୍ରି ୦୨.୨୧ ଗତେ ୯ମୀ ଘାତ ଚନ୍ଦ୍ର – ବିଛା ଅହୋରାତ୍ର,ଘାତ ବାର- ମିଥୁନ,ପୁଷ୍କର ଦୋଷ – ନାସ୍ତି ।

Aries

ମେଷ

Monday 27 Feb 2023

ଅଶ୍ୱନୀ- ପ୍ରତ୍ୟେକ କାମରେ ସାହାଯ୍ୟ ସହଯୋଗର ଅଭାବ ରହିବ ନାହିଁ । ଇଚ୍ଛା ନ ଥିଲେ ମଧ୍ୟ ଦୂର ସ୍ଥାନକୁ ଯିବା ପାଇଁ ବାଧ୍ୟ ହେବେ। ସହକର୍ମୀମାନଙ୍କ ସାହାଯ୍ୟରେ ଆଶା କରୁଥିବା ଦିଗରୁ ଅର୍ଥ ପାଇବେ।

କୃତିକା- ମାନସିକ ଅସ୍ଥିରତା ରହିଥିଲେ ମଧ୍ୟ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରନ୍ତୁ ନାହିଁ । ଅତୀତ ଘଟଣାକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ସୃଷ୍ଟି ହେବ। ଉଚ୍ଚଶିକ୍ଷା ପ୍ରତିଷ୍ଠା ପଥରେ ଆସୁଥିବା ପ୍ରତିବନ୍ଧକ ଗୁଡିକ ହଟିଯିବ ।

ଦ୍ୱିଜା- ଯେଉଁ ଜିନିଷଟିକୁ ପାଇବାକୁ ଅପେକ୍ଷା କରିଛନ୍ତି, ତାହା ସାମାନ୍ୟ ବିଳମ୍ବରେ ପାଇବେ । କଳା, ସଙ୍ଗୀତ ତଥା କ୍ରୀଡ଼ା କ୍ଷେତ୍ରରେ ସଫଳତା ମିଳିପାରେ। ଗଡ଼ି ଆସୁଥିବା ମୋକଦ୍ଦମାର ବିଚାର ହୋଇପାରେ 

ପ୍ରତିକାର - ମଙ୍ଗଳଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :