କୁମ୍ଭ ମାସ ଫାଲ୍ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୨୭ ତାରିଖ ଗୁରୁବାର । ଚନ୍ଦ୍ର- କୁମ୍ଭ ଅହୋରାତ୍ର,ତିଥି- ୧୪ ଶୀ ଦିବା ୦୮.୫୪ ଗତେ ଅମାବାସ୍ୟା,ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର ଅହୋରାତ୍ର,ଘାତବାର- ତୁଳା ଓ କୁମ୍ଭ ରାଶିର,ପୁଷ୍କର ଦୋଷ- ନାସ୍ତି
କୃତିକା- ପରିବାରରେ ଅର୍ଥ ସମ୍ପର୍କକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ଉପୁଜିପାରେ। ପ୍ରତ୍ୟେକ କ୍ଷେତ୍ରରେ ଚେଷ୍ଟା ଅବ୍ୟାହତ ରଖିଲେ ମଧ୍ୟ ପ୍ରତିବନ୍ଧକ ପିଛା ଛାଡିବ ନାହିଁ। କର୍ମକ୍ଷେତ୍ରରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି।
ରୋହିଣୀ- ସାଧାରଣ ବ୍ୟତିକ୍ରମକୁ ବାଦ୍ ଦେଲେ ଦିନଟି ମନ୍ଦ ହେବନି । ପଡ଼ୋଶୀ, ଆତ୍ମୀୟସ୍ବଜନଙ୍କ ଦ୍ୱାରା ସାହାଯ୍ୟ, ସହଯୋଗଲାଭର ସୂଚନା ରହିଛି। ନୂତନ ଗୃହୋପକରଣ କ୍ରୟ କରିପାରନ୍ତି।
ମୃଗଶିରା- ଶିଳ୍ପ, ବାଣିଜ୍ୟ, ପରିବହନ କ୍ଷେତ୍ରରେ ପ୍ରତିବନ୍ଧକ ଦୂର ହେବ । ଆତ୍ମୀୟଙ୍କ ଅନାଦରଭାବ, ଅସ୍ଥିରତାଯୁକ୍ତ ନିଷ୍ପତ୍ତି, ମନକୁ ହଲଚଲ କରିପାରେ। ବିଦ୍ୟାର୍ଥୀ ମାନେ ପ୍ରତିଦ୍ୱନ୍ଦିତାରେ ସଫଳ ହେବା ପାଇଁ ଚେଷ୍ଟା କରିବେ ।
ପ୍ରତିକାର – ଶ୍ୱେତଚନ୍ଦନ କର୍ପୂର ମିଶେଇ ମସ୍ତକରେ ଧାରଣ କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬