କୁମ୍ଭ ମାସ ଫାଲ୍ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୨୭ ତାରିଖ ଗୁରୁବାର । ଚନ୍ଦ୍ର- କୁମ୍ଭ ଅହୋରାତ୍ର,ତିଥି- ୧୪ ଶୀ ଦିବା ୦୮.୫୪ ଗତେ ଅମାବାସ୍ୟା,ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର ଅହୋରାତ୍ର,ଘାତବାର- ତୁଳା ଓ କୁମ୍ଭ ରାଶିର,ପୁଷ୍କର ଦୋଷ- ନାସ୍ତି
ଉ,ଷାଢା- ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିପାରନ୍ତି । ନିଜ ଲୋକମାନେ ଈର୍ଷା ପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେବାରେ ସମର୍ଥ ହେବେ। ଦୃଢ଼ ମନୋବଳ ସମସ୍ୟା ସମାଧାନରେ ସହାୟକ ହେବ।
ଶ୍ରବଣା- ସୁମଧୁର କଥା ସମସ୍ୟାର ସମାଧାନ, ଅର୍ଥଲାଭ, ସମ୍ମାନ, କାର୍ୟ୍ୟସିଦ୍ଧି କରାଇବ। ଠିକ୍ ବିଚାର ବିନା ସରଳ ବିଶ୍ୱାସ କରି ହଇରାଣରେ ପଡ଼ିପାରନ୍ତି।
ଧନିଷ୍ଠା- ସାଙ୍ଗଠନିକ କାର୍ୟ୍ୟରେ ନେତୃତ୍ୱ ନେବେ ଓ ସଭାସମିତିରେ ପ୍ରଶଂସିତ ହେବେ। ବନ୍ଧୁଙ୍କ ପରାମର୍ଶରେ ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇବେ।
ପ୍ରତିକାର – ଶନିଙ୍କର ଗାୟତ୍ରୀ ପାଠ କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮