ସୈାର କର୍କଟ ମାସ ଶ୍ରାବଣ (ମଳ)ଶୁକ୍ଲପକ୍ଷ । ଇଂରାଜୀରେ ୨୭ ତାରିଖ ଗୁରୁବାର, ଚନ୍ଦ୍ର – ତୁଳା ଅହୋରାତ୍ର ତିଥି – ୯ମୀ ଦିବା ୦୩.୪୮ ଗତେ ୧୦ମୀ ଘାତ ଚନ୍ଦ୍ର – ନାସ୍ତି ଘାତ ବାର – ତୁଳା , କୁମ୍ଭ ପୁଷ୍କର ଦୋଷ – ୧ପାଦ କୁଟୁମ୍ଭହାନି- ତିଳକାଞନ ଦାନ ରାତ୍ରି ୦୧.୨୬ ପର୍ଯ୍ୟନ୍ତ
ଉ- ଫାଲ୍ଗୁନୀ- ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ । ଉଚ୍ଚ କର୍ମ କର୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଫଳରେ ଶତ୍ରୁମାନଙ୍କୁ ମୁକାବିଲା କରିପାରିବେ
ହସ୍ତା- ବିଦେଶରେ ରହି ବ୍ୟବସାୟ କରୁଥିବା ବ୍ୟକ୍ତିମାନଙ୍କ ପାଇଁ ଅତ୍ୟଧିକ ଲାଭ ପାଇବେ । ପାରିବାରିକ କ୍ଷେତ୍ରରେ ଉଥାନ,ପତନରେ ଗତି କରିବେ
ଚିତ୍ରା- ଯେଉଁ ବ୍ୟକ୍ତି ମାନେ ନୂଆ ଚାକିରି ଚାହୁଁଛନ୍ତି ସୋମାନେ ଏଥିରେ ସଫଳ ହେବେ । ବିଦ୍ୟାର୍ଥୀମାନେ ଶିକ୍ଷାକ୍ଷେତ୍ରରେ ଅତ୍ୟନ୍ତ ଶୁଭ ଫଳ ପାଇବେ
ପ୍ରତିକାର - ସକାଳୁ କିଛି ଖାଦ୍ୟ ପକ୍ଷୀଙ୍କୁ ଖାଇବାକୁ ଦିଅନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫