ସୌର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୨୭ ତାରିଖ ଗୁରୁବାର। ଚନ୍ଦ୍ର- କୁମ୍ଭ ନିଶାନ୍ତ ୦୪.୩୧ ଗତେ ମୀନ। ତିଥି- ୬ଷ୍ଠୀ ସନ୍ଧ୍ୟା ୦୬.୩୯ ଗତେ ୭ମୀ। ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର , ନିଶାନ୍ତ ୦୪.୩୧ ଗତେ ଧନୁ ରାଶିର। ଘାତବାର- ତୁଳା ଓ କୁମ୍ଭ ରାଶିର। ପୁଷ୍କର ଦୋଷ- ଦିବା ୧୧.୩୬ ଗତେ ୧ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ସନ୍ଧ୍ୟା ୦୬.୩୯ ଗତେ ୨ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ।
ଉ,ଷାଢା- ବ୍ୟବସାୟରେ ଲାଭବାନ୍ ହେବେ । ସାଂସାରିକ ଜୀବନରେ ଚିନ୍ତିତ ରହିବେ । ମାନସିକ ଅବସାଦ ମନକୁ ଭାରାକ୍ରାନ୍ତ କରିବ । କର୍ମ କରିବା ଶୈଳୀରେ ପରିବର୍ତ୍ତନ ଆଣିବେ ଓ କର୍ମ ପାଇଁ ସମ୍ମାନିତ ହେବେ । ଆର୍ଥିକ କ୍ଷେତ୍ରରେ ଉନ୍ନତି କରିବେ ।
ଶ୍ରବଣା- ଛାତ୍ରଛାତ୍ରୀମାନେ କ୍ୟାରିୟର ପାଇଁ ଚିନ୍ତିତ ହେବେ । ଚାକିରି ସମ୍ବଦ୍ଧିୟ ଭଲ ଖବର ମିଳିପାରେ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ପ୍ରଶଂସାର ପାତ୍ର ହେବେ ।
ଧନିଷ୍ଠା- ବିଦ୍ୟାର୍ଥୀମାନେ ଗୁରୁଜନ ମାନଙ୍କ ଆଜ୍ଞା ପାଳନ କରିବେ । ନୂଆ କାର୍ଯ୍ୟ ପାଇଁ ପ୍ଲାନିଂ କରି ପାରନ୍ତି । ସମୟ ଆନନ୍ଦ ଦାୟକ ରହିବ ଏବଂ ଚିନ୍ତା ମୁକ୍ତ ରହିବେ ।
ପ୍ରତିକାର – ଭଗବାନ ବିଷ୍ଣୁଙ୍କ ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮