• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th May 2024: ଏହି ରାଶିର ବ୍ୟକ୍ତିମାନେ କୋର୍ଟରେ ଶୁଭ ଫଳ ପାଇବେ ...

ସୌର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୨୭ ତାରିଖ ସୋମବାର ଚନ୍ଦ୍ର-ଧନୁ ଦିବା ୦୪.୦୪ ଗତେ ମକର ତିଥି-୪ର୍ଥୀ ଦିବା ୦୪.୫୩ ଗତେ ୫ମୀ ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର, ଦିବା ୦୪.୦୪ ଗତେ ସିଂହ ରାଶିର ଘାତବାର- ମିଥୁନ ରାଶିର ପୁଷ୍କର ଦୋଷ- ଦିବା ୧୦.୧୩ ଗତେ ୧ ପାଦ-କୁଟୁମ୍ବହାନି ତିଳକାଞ୍ଚନ ଦାନ

Aries

ମେଷ

Monday 27 May 2024

ଅଶ୍ୱନୀ- ପରିସ୍ଥିତି ବଶତଃ କଠୋର ବାକ୍ୟାଳାପରୁ ଦୂରେଇ ରହିବା ଭଲ । ବିବାଦୀୟ ପରିସ୍ଥିତିର ଦୃଢ଼ ମୁକାବିଲାରେ ସମର୍ଥ ହେବେ । ବନ୍ଧୁଙ୍କ ପରୋକ୍ଷ ଶତ୍ରୁତା ପ୍ରତିପଦକ୍ଷେପରେ ବାଧା ସୃଷ୍ଟି କରିପାରେ ।

ଦ୍ୱିଜା- କୌଣସି ଜିନିଷଟି ପାଇଁ ସହକର୍ମୀଙ୍କ ମଧ୍ୟରେ ତର୍କ ଓ ବିବାଦ ବଢ଼ିପାରେ । ଦୀର୍ଘଦିନର ଆଶା ଫଳବତୀ ହେବା ସୂଚନା ପାଇ ମନ ପ୍ରଫୁଲ୍ଲ ହୋଇଯିବ । ଆକସ୍ମିକ ଭାବରେ ଶତ୍ରୁମାନେ ମିତ୍ରଭାବ ପୋଷଣ କରିବାର ଅନୁଭବ କରିବେ ।

କୃତିକା- କ୍ୟାରିୟରରେ ସଫଳତା ଆଡକୁ ଅଗ୍ରସର ହେବେ । ବିବାଦୀୟ ସ୍ଥିତି, ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରେ ବିଜୟ ଲାଭ ନିଶ୍ଚିତ । ଦୀର୍ଘଦିନରୁ ଲାଗି ରହିଥିବା ମାଲିମକଦ୍ଦମାର ଫଇସଲା ସମ୍ଭାବନା ରହିଛି ।

ପ୍ରତିକାର - ହନୁମାନଙ୍କର ପୂଜା ସହିତ ଚାଳିଶା ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :