• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th May 2024: ଏହି ରାଶିର ବ୍ୟକ୍ତିମାନେ କୋର୍ଟରେ ଶୁଭ ଫଳ ପାଇବେ ...

ସୌର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୨୭ ତାରିଖ ସୋମବାର ଚନ୍ଦ୍ର-ଧନୁ ଦିବା ୦୪.୦୪ ଗତେ ମକର ତିଥି-୪ର୍ଥୀ ଦିବା ୦୪.୫୩ ଗତେ ୫ମୀ ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର, ଦିବା ୦୪.୦୪ ଗତେ ସିଂହ ରାଶିର ଘାତବାର- ମିଥୁନ ରାଶିର ପୁଷ୍କର ଦୋଷ- ଦିବା ୧୦.୧୩ ଗତେ ୧ ପାଦ-କୁଟୁମ୍ବହାନି ତିଳକାଞ୍ଚନ ଦାନ

Aquarius

କୁମ୍ଭ

Monday 27 May 2024

ଧନିଷ୍ଠା- ପରିବାରରେ ନୂତନ ସଦସ୍ୟଙ୍କର ଆଗମନ ହୋଇପାରେ । ବିଭିନ୍ନ ପ୍ରକାର ସୁଖ ଓ ବିଳାସବ୍ୟସନ ଦିଗକୁ ମନ ଚାହିଁବ। ନୂତନ ଗୃହ, ଯାନବାହନ, ଯାନ୍ତ୍ରିକ ଜିନିଷ, ଧାତୁ ଅଳଙ୍କାର ପ୍ରଭୃତି ମୂଲ୍ୟବାନ ଜିନିଷ ପାଇଁ ମନ ବଳାଇବେ ।

ଶତଭିଷା- ବିଳମ୍ବିତ ସମୟରେ ଅପେକ୍ଷା କରିଥିବା ଖବରଟି ପାଇବେ । ଅର୍ଥ ସମ୍ପର୍କ ଓ ଜମିବାଡ଼ିକୁ ନେଇ ଭ୍ରାତୃ ବିବାଦ ଦେଖାଦେଇପାରେ । ପ୍ରତିଯୋଗିତା, ବ୍ୟବସାୟ ବାଣିଜ୍ୟ, ମକଦ୍ଦମା ଓ ଯାତ୍ରା ସମ୍ପର୍କରେ ଚିନ୍ତା ବଢିବ ।

ପୂ,ଭାଦ୍ରପଦ- ହଠାତ୍ କୌଣସି କ୍ଷେତ୍ରରେ ପ୍ରତିକ୍ରିୟାଶୀଳ ହୁଅନ୍ତୁ ନାହିଁ । ଲେଖାପଢ଼ା ତଥା ପ୍ରକାଶନ ଓ ପ୍ରଶାସନ କ୍ଷେତ୍ରରେ ଶୁଭଫଳ ପାଇବେ। ସମାଜ କଲ୍ୟାଣ, ମନ୍ଦିର ମାନଙ୍କରେ ଯୋଗଦାନ କରି ପ୍ରଂଶସିତ ହେବେ ।

ପ୍ରତିକାର – ନୀଳ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :