ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୨୭ ତାରିଖ ବୁଧବାର । ଚନ୍ଦ୍ର- କନ୍ୟା ସନ୍ଧ୍ୟା ୦୬.୦୭ ଗତେ ତୁଳା,ତିଥି- ୧୨ଶୀ ର ଅହୋରାତ୍ର,ଘାତଚନ୍ଦ୍ର- ବୃଷ ରାଶିର ସନ୍ଧ୍ୟା ୦୬.୦୭ ପର୍ଯ୍ୟନ୍ତ,ଘାତବାର- କର୍କଟ ରାଶିର, ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନଦାନ ।
ଅଶ୍ୱନୀ- ଦାମ୍ପତ୍ୟ ଜୀବନ ସୁଖମୟ ହେବ । ସ୍ୱାସ୍ଥ୍ୟରେ ସକରାତ୍ମକ ପରିବର୍ତ୍ତନ ଆସିପାରେ । କର୍ମ କ୍ଷେତ୍ରରେ ଉତ୍ସାହ ଜନକ ରହିବ । ବାଣିଜ୍ୟ ଓ ପରିବହନ ପାଇଁ ଦିନଟି ବହୁତ ଲାଭ ଦାୟକ ରହିବ ।
ଦ୍ୱିଜା- କାରବାରରେ ଆପଣଙ୍କୁ ପ୍ରଚୁର ଲାଭ ହେବ । ପଢାପଢିରେ ଓ ପରିକ୍ଷାରେ ସମଫଳ ମିଳିବ । ଚାକିରିରେ ଦୂର ଯାତ୍ରାର ସମ୍ଭାବନା ରହିଛି । ଅଜଣା ଶତୃ ଆପଣଙ୍କର କ୍ଷତି କରିପାରନ୍ତି ।
କୃତିକା- ଶିକ୍ଷାର୍ଥୀ ମାନେ ଉଚ୍ଚ ଶିକ୍ଷା ପାଇଁ ବିଦେଶା ଗତ ହୋଇପାରନ୍ତି । କୋର୍ଟ ମାମଲାରେ ଫସି ଅଯଥା ଖର୍ଚ୍ଚ କରିବେ । ସାଧାରଣ କଥାରେ ବନ୍ଧୁ ମୁହଁ ଫେରାଇ ନେଇପାରନ୍ତି ।
ପ୍ରତିକାର - ହନୁମାନଙ୍କର ପୂଜାର୍ଚ୍ଚନା କରନ୍ତୁ
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯