• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th Dec 2023: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଧନ ଲାଭର ଯୋଗ ରହିଛି

ସୌର ଧନୁ ମାସ  ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୨୮ ତାରିଖ ଗୁରୁବାର । ଚନ୍ଦ୍ର- ମିଥୁନ ସନ୍ଧ୍ୟା ୦୬.୩୮ ଗତେ କର୍କଟ । ତିଥ- ପ୍ରତିପଦ ପ୍ରାତଃ ୦୬.୪୬ ଗତେ ୨ୟା । ଘାତଚନ୍ଦ୍ର- କନ୍ୟା ରାଶିର ସନ୍ଧ୍ୟା ୦୬.୩୮ ପର୍ଯ୍ୟନ୍ତ । ଘାତବାର- ତୁଳା ଓ କୁମ୍ଭ ରାଶିର ।

Aries

ମେଷ

Thursday 28 Dec 2023

ଅଶ୍ୱନୀ-  ଚକ୍ଷୁରେ ସାମାନ୍ୟ କଷ୍ଟ ଅନୁଭବ କରିବେ । ନିଜ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଅନୁଜନଙ୍କ ଠାରୁ ଆଦର ସମ୍ମାନ ମିଳିବ । ଆଧ୍ୟାତ୍ମିକ ପଥର ପଥିକ ହେବେ ।

ଦ୍ୱିଜା- ବିବାଦୀୟ ଘଟଣାଠାରୁ ଦୂରେଇ ନ ରହିଲେ ନିଜ ଉପରକୁ ଝମେଲା ଆସିପାରେ। କର୍ମକ୍ଷେତ୍ରରେ ଟେନସନ୍ କମିଯିବ ଏବଂ ସହଯୋଗ ଭିତ୍ତିରେ କାମ କଲେ ଉପକାର ପାଇବେ । ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଲକ୍ଷ୍ୟ ହାସଲରେ ଆଗେଇ ଯିବେ।

କୃତିକା- ନିଜର କ୍ରୋଧକୁ ନିୟନ୍ତ୍ରଣ ରେ ରଖନ୍ତୁ । ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ । ଧର୍ମ କାର୍ଯ୍ୟ ପ୍ରତି ମନ ବଳାଇ ବହୁତ ଶାନ୍ତି ପାଇବେ । 

ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯

ପ୍ରତିକାର- ସରସ୍ୱତୀଙ୍କ ପୂଜାପାଠ କରନ୍ତୁ