• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th Dec 2023: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଧନ ଲାଭର ଯୋଗ ରହିଛି

ସୌର ଧନୁ ମାସ  ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୨୮ ତାରିଖ ଗୁରୁବାର । ଚନ୍ଦ୍ର- ମିଥୁନ ସନ୍ଧ୍ୟା ୦୬.୩୮ ଗତେ କର୍କଟ । ତିଥ- ପ୍ରତିପଦ ପ୍ରାତଃ ୦୬.୪୬ ଗତେ ୨ୟା । ଘାତଚନ୍ଦ୍ର- କନ୍ୟା ରାଶିର ସନ୍ଧ୍ୟା ୦୬.୩୮ ପର୍ଯ୍ୟନ୍ତ । ଘାତବାର- ତୁଳା ଓ କୁମ୍ଭ ରାଶିର ।

Aquarius

କୁମ୍ଭ

Thursday 28 Dec 2023

ଧନିଷ୍ଠା- ମିତ୍ର ମାନଙ୍କ ସହ ସୁ ସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ । ପରିବାର ସକାଶେ ଗୁରୁତ୍ୱପୂର୍ଣ୍ଣ କାମଟି ହାସଲ କରିବା କଷ୍ଟକର ହୋଇପଡ଼ିବ । ସହକର୍ମୀ କିମ୍ବା ବନ୍ଧୁଙ୍କ ସହାୟତାରୁ ମୂଲ୍ୟବାନ ଦ୍ରବ୍ୟ ଲାଭ ହୋଇପାରେ।

ଶତଭିଷା- ରାଜନୀତି କ୍ଷେତ୍ରରେ ଯଶ ମାନ ବୃଦ୍ଧି ହେବ । ଶିକ୍ଷାର୍ଥୀ ମାନେ ପ୍ରତିଯୋଗିତା ମୂଳକ ପରୀକ୍ଷାରେ ଜୟଯୁକ୍ତ ହେବେ । ବୃତ୍ତିଗତ ଦୃଷ୍ଟିରୁ ସୁରକ୍ଷିତ ରହିବେ ।     

ପୂ,ଭାଦ୍ରପଦ- ଭୂମି ଲାଭର ଯୋଗ ରହିଛି । ଆନୁଷ୍ଠାନିକ କାମରେ ଖଟଣି ବଢିଯିବ କିନ୍ତୁ ପ୍ରଶଂସା ପାଇବେ । ଗୃହାରମ୍ଭ, ଦୂରଯାତ୍ରା, ଯାନବାହାନ କ୍ରୟ କରି ପାରିବେ । 

ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮

ପ୍ରତିକାର- ପକ୍ଷୀଙ୍କୁ କିଛି ଦାନା ଖାଇବାକୁ ଦିଅନ୍ତୁ