• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th Dec 2023: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଧନ ଲାଭର ଯୋଗ ରହିଛି

ସୌର ଧନୁ ମାସ  ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୨୮ ତାରିଖ ଗୁରୁବାର । ଚନ୍ଦ୍ର- ମିଥୁନ ସନ୍ଧ୍ୟା ୦୬.୩୮ ଗତେ କର୍କଟ । ତିଥ- ପ୍ରତିପଦ ପ୍ରାତଃ ୦୬.୪୬ ଗତେ ୨ୟା । ଘାତଚନ୍ଦ୍ର- କନ୍ୟା ରାଶିର ସନ୍ଧ୍ୟା ୦୬.୩୮ ପର୍ଯ୍ୟନ୍ତ । ଘାତବାର- ତୁଳା ଓ କୁମ୍ଭ ରାଶିର ।

Gemini

ମିଥୁନ

Thursday 28 Dec 2023

ମୃଗଶିରା- ଯେମିତି ବିଚାର କରିଛନ୍ତି ସେହିପରି କାମ କରିଚାଲନ୍ତୁ ଆଶା ନିଶ୍ଚିତ ପୂରଣ ହୋଇପାରିବ । ସ୍ୱାସ୍ଥ୍ୟ ସମସ୍ୟା କେତେକାଂଶରେ ପ୍ରଗତିର ପଥରୋଧ କରିବ । ଆଗାମୀ ସମୟର କେତେକ ଅଧୁରା କାମକୁ ସୁଧାରି ନେବାର ଚେଷ୍ଟା କରିବେ। 

ଆଦ୍ରା- ସାମାଜିକ ସ୍ତରରେ ଉଚ୍ଚବର୍ଗର ବ୍ୟକ୍ତିବିଶେଷଙ୍କ ସାନ୍ନିଧ୍ୟ ଲାଭକରି ଖୁସି ହେବେ । ସାମୟିକ ଭାବରେ ପାରିବାରିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିବ। ଛାତ୍ରଛାତ୍ରୀ ମାନଙ୍କୁ ବିଦେଶ ଯାତ୍ରାର ସୁଯୋଗ ମିଳିବ । 

ପୁନର୍ବସୁ- ଜନକଲ୍ୟାଣରେ ନିଜକୁ ନିୟୋଜିତ କରିଥିବାରୁ ସରକାରୀ ଓ ଦାନ ସୂତ୍ରରୁ ଆର୍ଥୀକ ଅନୁଦାନ ପାଇପାରନ୍ତି । ପାରିବାରିକ ସ୍ନେହ ମିଳିପାରେ । ସାମାଜିକ ସ୍ତରରେ ଗଠନମୂଳକ କାର୍ଯ୍ୟରେ ନେତୃତ୍ୱ ଗ୍ରହଣ କରି ଉଚ୍ଚ ପ୍ରଶଂସିତ ହେବେ ।

ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫    

ପ୍ରତିକାର- ଗଜେନ୍ଦ୍ର ମୋକ୍ଷ ପାଠ କରନ୍ତୁ