• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th Dec 2023: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଧନ ଲାଭର ଯୋଗ ରହିଛି

ସୌର ଧନୁ ମାସ  ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୨୮ ତାରିଖ ଗୁରୁବାର । ଚନ୍ଦ୍ର- ମିଥୁନ ସନ୍ଧ୍ୟା ୦୬.୩୮ ଗତେ କର୍କଟ । ତିଥ- ପ୍ରତିପଦ ପ୍ରାତଃ ୦୬.୪୬ ଗତେ ୨ୟା । ଘାତଚନ୍ଦ୍ର- କନ୍ୟା ରାଶିର ସନ୍ଧ୍ୟା ୦୬.୩୮ ପର୍ଯ୍ୟନ୍ତ । ଘାତବାର- ତୁଳା ଓ କୁମ୍ଭ ରାଶିର ।

Leo

ସିଂହ

Thursday 28 Dec 2023

ମଘା- ବ୍ୟବସାୟରେ ଭାଗୀଦାରମାନେ ପାଦ ସହିତ ପାଦ ମିଶାଇ ବେପାର ବୃଦ୍ଧି କରିବେ । କୁଟୁମ୍ବରେ ଲାଗି ରହିଥିବା ଝଗଡାର ସମାଧାନ କରିପାରିବେ । କର୍ମଚାରୀ ମାନେ କାର୍ଯ୍ୟରେ ଦକ୍ଷତା ପ୍ରଦର୍ଶନ କରିବେ । 

ପୂ,ଫାଲଗୁନି- ରାଜନୀତି କ୍ଷେତ୍ରରେ ଲୋକପ୍ରିୟତା ବୃଦ୍ଧି ହେବା ସହିତ ଶୁଭ ସମାଚାର ଶୁଣିବାକୁ ମିଳିବ । ଦୂର ଯାତ୍ରାରୁ ବହୁତ ଲାଭ ପାଇବେ । ଆକସ୍ମିକ ଧନ ପ୍ରାପ୍ତି ହେବା ଫଳରେ ଋଣମୁକ୍ତି ପାଇଁ ରାସ୍ତା ଦେଖାଦେବ । 

ଉ,ଫାଲଗୁନି- ଗାଡି କିଣିବା ଆପଣଙ୍କ ପାଇଁ ଅତ୍ୟନ୍ତ ଲାଭଦାୟକହେବ । ବିଦ୍ୟାର୍ଥୀମାନେ ପରୀକ୍ଷାରେ ସଫଳ ହେବା ସହ ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ପୈତୃକ ସମ୍ପତି କୁ ନେଇ ପାରିବାରିକ ଦ୍ୱନ୍ଦ ଦୂରେଇ ଯିବ । 

ଶୁଭ ରଙ୍ଗ - ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧

ପ୍ରତିକାର- ମନ୍ଦିରରେ କଳା ସୋରିଷ ମଞ୍ଜି ଦାନ କରନ୍ତୁ