• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th Dec 2023: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଧନ ଲାଭର ଯୋଗ ରହିଛି

ସୌର ଧନୁ ମାସ  ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୨୮ ତାରିଖ ଗୁରୁବାର । ଚନ୍ଦ୍ର- ମିଥୁନ ସନ୍ଧ୍ୟା ୦୬.୩୮ ଗତେ କର୍କଟ । ତିଥ- ପ୍ରତିପଦ ପ୍ରାତଃ ୦୬.୪୬ ଗତେ ୨ୟା । ଘାତଚନ୍ଦ୍ର- କନ୍ୟା ରାଶିର ସନ୍ଧ୍ୟା ୦୬.୩୮ ପର୍ଯ୍ୟନ୍ତ । ଘାତବାର- ତୁଳା ଓ କୁମ୍ଭ ରାଶିର ।

Scorpio

ବିଛା

Thursday 28 Dec 2023

ବିଶାଖା- ମାନସିକ ଦୁଶ୍ଚିନ୍ତା ଦୂରେଇ ଯାଇ ପୁରାତନ ରୋଗର ସାମାନ୍ୟ ଉନ୍ନତି ପରିଲକ୍ଷିତ ହେବ । ପ୍ରେମ କ୍ଷେତ୍ରରେ  ସଫଳତା ଲାଭ କରିବେ । ବ୍ୟବସାୟରେ ଆୟ ଅପେକ୍ଷା ବ୍ୟୟ ଅଧିକ ହୋଇପାରେ ।    

ଅନୁରାଧା- ରାଜନୀତିରେ ଉଚିତ୍ ପନ୍ଥା ଗ୍ରହଣ କରି ପ୍ରଶଂସା ପାଇବେ । ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷକ ଓ ସହପାଠୀମାନଙ୍କ ମଧ୍ୟରେ ସମନ୍ୱୟ ରହି ବନ୍ଧୁତ୍ୱ ବୃଦ୍ଧି ପାଇବ । ଆର୍ଥିକ ସ୍ଥିତି ଭଲ ରହିବ । 

ଜ୍ୟେଷ୍ଠା- ଋଣ ସୂତ୍ରରେ ଅର୍ଥଲାଭ କରିବେ ଓ ଶିଳ୍ପ ବାଣିଜ୍ୟରେ ଉନ୍ନତି ଘଟିବ। ଅନ୍ୟମାନଙ୍କ ଦ୍ୱାରା ପ୍ରତାରିତ ହୋଇ ମାନସିକ ସ୍ତରରେ କଷ୍ଟ ଅନୁଭବ କରିପାରନ୍ତି। ଭୂ-ସମ୍ପତି କିଣିବାର ଯୋଗ ରହିଛି ।

ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯

ପ୍ରତିକାର- ସୂର୍ଯ୍ୟ ଦେବତାଙ୍କୁ ଜଳ ଅର୍ପଣ କରନ୍ତୁ