• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th Dec 2023: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଧନ ଲାଭର ଯୋଗ ରହିଛି

ସୌର ଧନୁ ମାସ  ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୨୮ ତାରିଖ ଗୁରୁବାର । ଚନ୍ଦ୍ର- ମିଥୁନ ସନ୍ଧ୍ୟା ୦୬.୩୮ ଗତେ କର୍କଟ । ତିଥ- ପ୍ରତିପଦ ପ୍ରାତଃ ୦୬.୪୬ ଗତେ ୨ୟା । ଘାତଚନ୍ଦ୍ର- କନ୍ୟା ରାଶିର ସନ୍ଧ୍ୟା ୦୬.୩୮ ପର୍ଯ୍ୟନ୍ତ । ଘାତବାର- ତୁଳା ଓ କୁମ୍ଭ ରାଶିର ।

Sagittarius

ଧନୁ

Thursday 28 Dec 2023

ମୂଳା- ପାରିବାରିକ ସଦ୍ଭାବ ଅକ୍ଷୁଣ୍ଣ ରହିବା ହେତୁ ମାନସିକ ଶାନ୍ତି ଲଭିବେ। କର୍ମାରମ୍ଭରେ ସଂକଟର ସମ୍ମୁଖୀନ ହେଲେ ମଧ୍ୟ ପରକ୍ଷଣରେ ସବୁ ଠିକ୍ ହୋଇଯିବ। ଆନୁଷ୍ଠାନିକ ଅଥବା ସାମାଜିକ କାର‌୍ୟ୍ୟରେ ଯୋଗଦେଇ ପ୍ରଶଂସିତ ହେବେ।        

ପୂ, ଷାଢା- କରଜଦାତାଙ୍କ ଚାପ ବୃଦ୍ଧି ପାଇବାରୁ ମାନସିକ ଭାରସାମ୍ୟ ହରାଇପାରନ୍ତି । ନୂତନ ଦାୟିତ୍ୱ ନେଇ ବିବ୍ରତ ହେବାର ସୂଚନା ରହିଛି। ରାଜନୈତିକ କ୍ଷେତ୍ରରେ ଲୋକ ସମର୍ଥନ ବୃଦ୍ଧି ପାଇବା ସହ ମୁଖ୍ୟ ନେତାଙ୍କର ପ୍ରିୟ ପାତ୍ର ହେବେ । 

ଉ,ଷାଢା- ନିର୍ମାଣାଧୀନ କାମ ଶେଷ ପର୍ଯ୍ୟାୟକୁ ଯିବା ପୂର୍ବରୁ ସମସ୍ୟା ଆସିପାରେ। ଭଲ ଚାକିରି ପାଇପାରିବେ ଯାହା ଆପଣଙ୍କୁ ଖ୍ୟାତି ଏବଂ ସମ୍ମାନ ମଧ୍ୟ ଦେବ । ଯେକୌଣସି ପ୍ରକାରରେ ଟଙ୍କା ବିନିଯୋଗ କରିବା କ୍ଷତିକାରକ ହୋଇପାରେ ।

ଶୁଭ ରଙ୍ଗ - ହଳଦିଆ ଏବଂ ଶୁଭ ସଂଖ୍ୟା- ୩     

ପ୍ରତିକାର- ମା ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ