• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th Feb 2024: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଧନଲାଭର ଯୋଗ ରହିଛି

ସୌର କୁମ୍ଭମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀ ୨୮ ତାରିଖ ବୁଧବାର । ଚନ୍ଦ୍ର- କନ୍ୟା ରାତ୍ରି ୦୮.୫୯ ଗତେ ତୁଳା । ତିଥି-ଚତୁର୍ଥୀ ରାତ୍ରି ୦୪.୧୮ ଗତେ ପଞ୍ଚମୀ । ଘାତଚନ୍ଦ୍ର-  ବୃଷ ରାଶିର ରାତ୍ରି ୦୮.୫୯ ପର୍ଯ୍ୟନ୍ତ । ଘାତବାର- କର୍କଟ ରାଶିର ।

Leo

ସିଂହ

Wednesday 28 Feb 2024

ମାଘ- ଜଣେ ବନ୍ଧୁ ପରିବାରର ସମସ୍ୟା ସମାଧାନ ସକାଶେ ମାର୍ଗଦର୍ଶକ ସାଜିବେ । ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ । 

ପୂ, ଫାଲଗୁନି- ରାଜନୀତି କ୍ଷେତ୍ରରେ ସୁନାମ ଅର୍ଜନ କରିବେ । କାର୍ଯ୍ୟ କ୍ଷେତ୍ରରେ ଧନଲାଭର ନୂଆ ଉତ୍ସ ତଲାସ କରିବେ । ସଙ୍ଗୀତ କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ଭଲ ସୁଯୋଗ ମିଳିବ ।

ଉ, ଫାଲଗୁନି- ଭୂ- ସମ୍ପତିରେ ଭାବିଚିନ୍ତି ପଇସା ନିବେଶ କରନ୍ତୁ । ମହିଳାମାନେ ଅତିଥି ଚର୍ଚ୍ଚାରେ ସମୟ ବିତାଇବେ । ସାମାଜିକ ସ୍ତରରେ ମନ ବୁଝାଣିଆ କଥା କହି ପରିସ୍ଥିତିକୁ ସମ୍ଭାଳି ନେବେ ।

ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧

ପ୍ରତିକାର- ମାତଙ୍ଗିଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ