ସୈାର କୁମ୍ଭ ମାସ ଫାଲ୍ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୨୮ ତାରିଖ ମଙ୍ଗଳବାର । ଚନ୍ଦ୍ର – ବୃଷ ରାତ୍ରି ୦୮.୩୨ ଗତେ ମିଥୁନ, ତିଥି – ୯ମୀ ରାତ୍ରି ୦୪.୧୯ ଗତେ ୧୦ମୀ,ଘାତ ଚନ୍ଦ୍ର – ବିଛା ରାତ୍ରି ୦୮.୩୨ ଗତେ କନ୍ୟା ,ଘାତ ବାର- ମକର,ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ ।
କୃତିକା- ସା୍ୱସ୍ଥ୍ୟ କ୍ଷେତ୍ରରେ ସାମାନ୍ୟ ଉନ୍ନତି ଦେଖାଦେବ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦିତା ବଢିବ । ଦୂର ଜାଗାକୁ ଭ୍ରମଣରେ ଯାଇ ପାରନ୍ତି ।
ରୋହିଣୀ- ଚାକିରି କ୍ଷେତ୍ରରେ ସହନଶୀଳତା ବଢିବ ଓ ପ୍ରଂଶସା ମିଳିବ । ରାଜନିତି ବିରୋଧୀ ସମ୍ମୁଖିନ ହେଲେ ମଧ୍ୟ ବିରୋଧୀ ଦଳ କିଛି କ୍ଷତି କରି ପାରିବେ ନାହିଁ । ସାମାଜିକ ଅନୁଷ୍ଠାନ ଦ୍ୱାରା ସମ୍ନାନିତ ହୋଇପାରନ୍ତି
ମୃଗଶିରା- ସଞ୍ଚୟ ଅଧିକ କରି ଖର୍ଚ୍ଚ କମ୍ କରନ୍ତୁ ନଚେତ୍ ହଇରାଣ ହୋଇପାରନ୍ତି । ଜମିଜମା କ୍ରୟ କରିବା ପାଇଁ ଯୋଜନା କରିପାରନ୍ତି । ମହିଳା ମାନଙ୍କର ଗୁରୁଜନ ମାନଙ୍କ ସହିତ ମତାନ୍ତର ଘଟିପାରେ
ପ୍ରତିକାର – ମା ଲକ୍ଷ୍ମୀଙ୍କର ପୂଜାର୍ଚ୍ଚନା କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬