ପରିବହନ ବ୍ୟବସାୟରେ ବିଶେଷ ଲାଭବାନ ହେବେ । ଆତ୍ମୀୟମାନେ ଅସୁବିଧାରେ ପକାଇବାକୁ ଚେଷ୍ଟା କରିପାରନ୍ତି। କ୍ୟାରିୟରରେ ସଠିକ୍ ଦିଗରେ ଯିବା ପାଇଁ ଚେଷ୍ଟା କରିବେ।
ପୂ,ଭାଦ୍ରପଦ- ବାରମ୍ବାର ଅସଫଳତା କାରଣ ଖୋଜିବାକୁ ଯାଇ ମାନସିକ ଦ୍ୱନ୍ଦ୍ୱରେ ପଡିପାରନ୍ତି । ବ୍ୟବସାୟ, ବାଣିଜ୍ୟରେ ସି୍ଥର ଅବସ୍ଥା ଲାଗି ରହିବ । କର୍ମ କ୍ଷେତ୍ରରେ ସଫଳତା ପାଇଁ କାହାଠାରୁ ପରାମର୍ଶ ମିଳିବ
ଉ,ଭାଦ୍ରପଦ- ରାଜନୀତିରେ ବିଜୟ ଲାଭରୁ ମନବଳ ବୃଦ୍ଧି ପାଇବ । ଶିକ୍ଷାର୍ଥିମାନେ ବିଦ୍ୟାରେ ସଫଳତା ହାସଲ କରିବେ । ସାମାଜିକ ସ୍ତରରେ ଛୋଟ କଥାଟିକୁ ବଡ଼ ଆକାରରେ ଚିନ୍ତା କରି ଅନୁତାପ କରିପାରନ୍ତି।
ରେବତୀ- କୋର୍ଟକଚେରୀରେ ମନ୍ଥରତା ଲାଗିରହିବ । ମହିଳାମାନେ ନିଜ ମନୋଭାବକୁ ପ୍ରକାଶ କରନ୍ତୁ ନାହିଁ । ଶତ୍ରୁମାନେ ହଠାତ୍ ମିତ୍ର ସାଜିବା ପାଇଁ ଚେଷ୍ଟିତ ହେବେ ।
ପ୍ରତିକାର – ବୃହସ୍ପତିଙ୍କର ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩