ପରିବହନ ବ୍ୟବସାୟରେ ବିଶେଷ ଲାଭବାନ ହେବେ । ଆତ୍ମୀୟମାନେ ଅସୁବିଧାରେ ପକାଇବାକୁ ଚେଷ୍ଟା କରିପାରନ୍ତି। କ୍ୟାରିୟରରେ ସଠିକ୍ ଦିଗରେ ଯିବା ପାଇଁ ଚେଷ୍ଟା କରିବେ।
ମଘା- ବ୍ୟବସାୟ-ବାଣିଜ୍ୟ ଆଶାନୁରୂପ ଫଳ ପ୍ରାପ୍ତି ପାଇଁ ଅତ୍ୟଧିକ ପରିଶ୍ରମ କରିବାକୁ ପଡିବ । ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ । ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ସତର୍କତା ଅବଲମ୍ବନ କରିବା ଉଚିତ୍।
ପୂ,ଫାଲଗୁନି- କର୍ମକ୍ଷେତ୍ରରେ ନିମ୍ନବର୍ଗୀୟ ବ୍ୟକ୍ତି ବିଶେଷଙ୍କଠାରୁ ଲାଭବାନ୍ ହେବେ । ରାଜନୀତିରେ ପଛକଥାକୁ ଚିନ୍ତା କରି ବିରକ୍ତି ପ୍ରକାଶ କଲେ ଅନିଷ୍ଟକର ପରିସ୍ଥିତି ସୃଷ୍ଟି ହେବ । ସଂଘର୍ଷ କରି ବିଜୟ ଲାଭ ପାଇବେ ।
ଉ,ଫାଲଗୁନି- ଜମି ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ ।ଧନ ପ୍ରାପ୍ତି ଆଦି ଶୁଭଫଳ ମଧ୍ୟ ପାଇବେ । ସାଂସ୍କୃତିକ କାର୍ଯ୍ୟକ୍ରମରେ ଯୋଗ ଦେବା ସକାଶେ ଆହୂତ ହୋଇପାରନ୍ତି ।
ପ୍ରତିକାର – ଶ୍ରୀ ବିଷ୍ଣୁଙ୍କ ଉପାସନା କରନ୍ତୁ
ଶୁଭ ରଙ୍ଗ :ନାରଙ୍ଗୀ
ଶୁଭ ସଂଖ୍ୟା :୧