• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th July 2024: ଏହି ରାଶିର ବ୍ୟକ୍ତି ଆଜି ଦୂର ସ୍ଥାନକୁ ଭ୍ରମଣରେ ଯାଇ ପାରନ୍ତି

ସୈାର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୨୮ ତାରିଖ ରବିବାର,ଚନ୍ଦ୍ର- ମେଷ ଅହୋରାତ୍ର,ତିଥି- ୮ମୀ ସନ୍ଧ୍ୟା ୦୭.୨୭ ଗତେ ୯ମୀ,ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର,ଘାତବାର- ମେଷ ରାଶିର ,ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ

Cancer

କର୍କଟ

Sunday 28 Jul 2024

ପୁନର୍ବସୁ- କର୍ତବ୍ୟ ନିଷ୍ଠା ଯୋଗୁ ସମସ୍ତଙ୍କର ଆଦର ହେବେ । ପଡ଼ୋଶୀ ସ୍ବାର୍ଥ ହାସଲ ପରିପ୍ରେକ୍ଷୀରେ ଅଯଥା ମିଥ୍ୟାରୋପ କରି କଳହ କରିପାରନ୍ତି । ଆଲୋଚନା ସମୟରେ ଅପ୍ରିୟ ସତକଥା କହି ବିରୋଧୀ ହେବାକୁ ପଡ଼ିପାରେ।

ପୁଷ୍ୟା- ସହକର୍ମୀଙ୍କ ସହଯୋଗ ପାଇ କାମ ହାସଲ କରିବେ। ସଂଗଠନ, ରାଜନୀତି କିମ୍ବା ପ୍ରଶାସନିକ ସ୍ତରରେ ବିବାଦୀୟ ପରିସ୍ଥିତିର ସାମ୍ନା କରିବେ। ଅଫିସରେ ଅବସର ସମୟରେ ସହକର୍ମୀଙ୍କ ସହ ମିଷ୍ଠାଳାପରୁ ଖୁସି ରହିବେ।

ଅଶ୍ଲେଷା- ଅତୀତ ଘଟଣା, କିମ୍ବା ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିପାରେ। କଚେରି ମାମଲା କିମ୍ବା ଆକସ୍ମିକ କଳହଜନିତ ଦୁଶ୍ଚିନ୍ତା ବୃଦ୍ଧି ପାଇବ। ସ୍ଥିର ମନନେଇ କାମକଲେ ସମସ୍ୟାର ସମାଧାନ ହୋଇଯିବ।

ପ୍ରତିକାର – ମା ଭୂବନେଶୂରୀଙ୍କ ଗାୟିତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :