• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th September 2023: ଏହି ରାଶିର ବ୍ୟକ୍ତି ବିଶେଷ ଆଜି ସାବଧାନ ରୁହନ୍ତୁ, ନଚେତ୍‌...

ସୌର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୨୮ ତାରିଖ ଗୁରୁବାର । ଚନ୍ଦ୍ର - କୁମ୍ଭ ରାତ୍ରି ୦୮.୨୮ ଗତେ ମୀନ । ତିଥି - ୧୪ ଶୀ ସନ୍ଧ୍ୟା ୦୬.୪୯ ଗତେ ପୂର୍ଣ୍ଣିମା । ଘାତ ଚନ୍ଦ୍ର - ମିଥୁନ ଓ ମୀନ ରାଶିର ରାତ୍ରି ।୦୮.୨୮ ଗତେ ଧନୁ । ଘାତ ବାର - ତୁଳା ଓ କୁମ୍ଭ

Aries

ମେଷ

Thursday 28 Sep 2023

ଅଶ୍ୱନୀ- ପାରିବାରିକ କ୍ଷେତ୍ରରେ ଭାରସାମ୍ୟ ରକ୍ଷାକରି ସାଧାରଣ ବର୍ଗଙ୍କ ଯୋଗେ ପରିସ୍ଥିତିକୁ ନିଜ ତରଫରେ ନେଇ, ସ୍ୱାର୍ଥ ସିଦ୍ଧିର ପଥକୁ ପ୍ରଶସ୍ତ କରିବେ । କର୍ମ ସନ୍ଧିତ୍ସୁମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ଦାମ୍ପତ୍ୟ ଜୀବନ ସୁଖମୟ ହେବ ।

ଦ୍ୱିଜା- ଛାତ୍ରଛାତ୍ରୀ ମାନେ କଠିନ ପରିଶ୍ରମ କରିବା ସହିତ ପଢାପଢିରେ ମନଯୋଗ ଦେଇ ଉଚ୍ଚ ଶିକ୍ଷାରେ ସଫଳତା ହାସଲ କରିବେ । ଋଣ ପରିଶୋଧ କରିବାର ସୁଯୋଗ ପାଇବେ । ବନ୍ଧୁ ବାନ୍ଧବଙ୍କ ଦ୍ୱାରା କୌଣସି ଜଟିଳ ସମସ୍ୟାର ସମାଧାନ କରିବେ ।

କୃତିକା- ଧାର୍ମିକ କାର୍ଯ୍ୟରେ ରୁଚି ବଢିବ । ପୈତୃକ ସମ୍ପତି କୁ ନେଇ ଭାତୃ ବିବାଦ ତୁଟିଯିବ । ଚାକିରୀ କ୍ଷେତ୍ରରେ ଉତ୍ସାହିତ ହେବେ ।

ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯

ପ୍ରତିକାର -  ରୁଟି କୁକୁରକୁ ଖାଇବାକୁ ଦିଅନ୍ତୁ