• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th September 2023: ଏହି ରାଶିର ବ୍ୟକ୍ତି ବିଶେଷ ଆଜି ସାବଧାନ ରୁହନ୍ତୁ, ନଚେତ୍‌...

ସୌର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୨୮ ତାରିଖ ଗୁରୁବାର । ଚନ୍ଦ୍ର - କୁମ୍ଭ ରାତ୍ରି ୦୮.୨୮ ଗତେ ମୀନ । ତିଥି - ୧୪ ଶୀ ସନ୍ଧ୍ୟା ୦୬.୪୯ ଗତେ ପୂର୍ଣ୍ଣିମା । ଘାତ ଚନ୍ଦ୍ର - ମିଥୁନ ଓ ମୀନ ରାଶିର ରାତ୍ରି ।୦୮.୨୮ ଗତେ ଧନୁ । ଘାତ ବାର - ତୁଳା ଓ କୁମ୍ଭ

Virgo

କନ୍ୟା

Thursday 28 Sep 2023

ଉ- ଫାଲ୍‌ଗୁନୀ- କର୍ମକ୍ଷେତ୍ରରେ ସାଧାରଣ ପରିଶ୍ରମରେ ବେଶି ସଫଳତା ପାଇବେ । ପରିବାର ଭିତରେ ସମ୍ପର୍କ ହାନି ଫଳରେ ଚିନ୍ତା ପ୍ରକଟ କରି ପାରନ୍ତି । ବ୍ୟବସାୟ ସ୍ଥଳରେ ଉଚ୍ଚ ଅଧିକାରୀମାନଙ୍କ ସହିତ ଆବଶ୍ୟକ ଚର୍ଚ୍ଚା ସାମିଲ ହେବାର ସୁଯୋଗ ପ୍ରାପ୍ତ ହେବ । 

ହସ୍ତା- ଶାରୀରିକ ଅସୁସ୍ଥତା ଦୂରହୋଇ ସୁଖ ସମୃଦ୍ଧି ବୃଦ୍ଧି ପାଇବ । ରାଜନୀତି କ୍ଷେତ୍ରରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ । ଚାକିରୀରେ ଅପମାନିତ ହୋଇପାରନ୍ତି । ସନ୍ତାନ ମାନଙ୍କ  ଭବିଷ୍ୟତ ନେଇ ଚିନ୍ତିତ ରହିବେ । 

ଚିତ୍ରା- ଜାଗା, ଜମି, ଉଚ୍ଚସ୍ତରୀୟ ବାହାନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରିପାରନ୍ତି । ସାମସ୍ୟା ଗୁଡିକର ସରଳ ସମାଧାନ କରିବାରେ ସମର୍ଥ ହେବେ । ଆର୍ଥିକ ସ୍ଥିତି ସୁଦୃଢ ହେବ । 

ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫

ପ୍ରତିକାର - ସର୍ବକାର‌୍ୟ୍ୟ ସିଦ୍ଧି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ