• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th September 2023: ଏହି ରାଶିର ବ୍ୟକ୍ତି ବିଶେଷ ଆଜି ସାବଧାନ ରୁହନ୍ତୁ, ନଚେତ୍‌...

ସୌର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୨୮ ତାରିଖ ଗୁରୁବାର । ଚନ୍ଦ୍ର - କୁମ୍ଭ ରାତ୍ରି ୦୮.୨୮ ଗତେ ମୀନ । ତିଥି - ୧୪ ଶୀ ସନ୍ଧ୍ୟା ୦୬.୪୯ ଗତେ ପୂର୍ଣ୍ଣିମା । ଘାତ ଚନ୍ଦ୍ର - ମିଥୁନ ଓ ମୀନ ରାଶିର ରାତ୍ରି ।୦୮.୨୮ ଗତେ ଧନୁ । ଘାତ ବାର - ତୁଳା ଓ କୁମ୍ଭ

Sagittarius

ଧନୁ

Thursday 28 Sep 2023

ମୂଳା- ପାରସ୍ପରିକ ସହଯୋଗ ପାରିବାରିକ ଜୀବନକୁ ମଧୁମୟ କରିବାରେ ସହାୟକ ହେବେ । ଶୁଭ ସମ୍ବାଦ ପାଇ ମାନସିକ ଦୁଶ୍ଚିନ୍ତା ଦୂର ହେବ ଓ ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ ।

ପୂ, ଷାଢା- ରାଜନୀତିରେ ବିରୋଧୀ ମାନେ ଦୂରେଇଯିବା ଫଳରେ ଅନେକ ଶୁଭ କର୍ମର ସୁଯୋଗ ପାଇବେ । ମାନସିକ ସ୍ଥିତି ଭଲ ରହିବା ସହିତ ଶରୀର ସୁସ୍ଥ ରହିବ । ମିଷ୍ଟବଚନକୁ ନିଜର ଭୂଷଣଭାବି କର୍ମ କରିଲେ ଲାଭବାନ ହେବେ । 

ଉ,  ଷାଢା- ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାର୍ଯ୍ୟ ଉପରେ ନିର୍ଭର କରିବେ । ସନ୍ତାନ ସନ୍ତତି ପକ୍ଷରୁ ଶୁଭ ଖବର ଶୁଣି ଖୁସି ହେବେ । ଭାଗ୍ୟ ବୃଦ୍ଧି ପାଇଁ ସୁଯୋଗ ଆସିବ । 

ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩

ପ୍ରତିକାର – ବ୍ରାହ୍ମଣଙ୍କର ସେବା କରି ତାଙ୍କୁ କିଛି ଦ୍ରବ୍ୟ ଦାନ କରନ୍ତୁ