ସୈାର ମେଷ ମାସ ବୈଶାଖ କୃଷ୍ଣପକ୍ଷ। ଇଂରାଜୀରେ ୨୯ ତାରିଖ ସୋମବାର । ଚନ୍ଦ୍ର- ଧନୁ ଅହୋରାତ୍ର, ତିଥି-୫ମୀ ପ୍ରାତଃ ୦୭.୫୭ ଗତେ ୬ଷ୍ଠୀ,ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର ଅହୋରାତ୍ର, ଘାତବାର- ମିଥୁନ ରାଶିର ପୁଷ୍କର ଦୋଷ- ନିଶାନ୍ତ ୦୪.୪୨ ଗତେ ୧ ପାଦ-କୁଟୁମ୍ବହାନି- ତିଳକାଞ୍ଚନ ଦାନ ।
ପୁନର୍ବସୁ- ଭାଇ-ଭଉଣୀଙ୍କ ଭିତରେ ସଂପର୍କ ଭଲ ରହିବ । ବ୍ୟବସାୟରେ ସମସ୍ୟା ସତ୍ୱେ ଲାଭ ଆଦି ଫଳ ଭୋଗ କରିବେ । ଚାକିରିଆଙ୍କୁ ଅଫିସ୍ କାମରେ ଦୂର ଜାଗାକୁ ଯାତ୍ରା କରିବେ ।
ପୁଷ୍ୟା- ସମାନ ବିଚାର ଧାରା ଲୋକଙ୍କ ସହିତ ଭେଟ ହେବା ଫଳରେ ଧର୍ମ କାର୍ୟ୍ୟରେ ନିୟୋଜିତ ହୋଇପାରନ୍ତି । ଧନର ଠିକ୍ ଉପଯୋଗ କରିବା ପାଇଁ ଚେଷ୍ଟା କରିବେ । ମହିଳା ମାନେ ପରିବାରରେ ପୃଷ୍ଟି ସାଧନ ପାଇଁ ପ୍ରୟାସ କରିବେ
ଅଶ୍ଳେଷା- କଳା, ସାହିତ୍ୟ, ଗବେଷଣା କ୍ଷେତ୍ରରେ ଖୁସି ରହିବେ। ନୂତନ ଗୃହ ନିର୍ମାଣର ସୁଯୋଗ ଆସିବ । ବିଦ୍ୟାର୍ଥୀ ମାନେ ପଢାପଢିରେ ମନଭାବ ପ୍ରକାଶ କରିବେ । ଶତୃମାନେ ଆପଣଙ୍କୁ ମାଲିମକଦ୍ଦମାରେ ପକାଇ ଖର୍ଚ୍ଚାନ୍ତ କରିପାରନ୍ତି
ପ୍ରତିକାର – ବରଗଛ ମୂଳରେ କ୍ଷୀର ଢାଳି ଦିନ ଆରମ୍ଭ କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୨