• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th April 2024: ଆଜି ଏହି ରାଶିର ବ୍ୟକ୍ତି ବ୍ୟବସାୟ କ୍ଷେତ୍ରରେ ଶୁଭ ଫଳ ପାଇପାରନ୍ତି

ସୈାର ମେଷ ମାସ ବୈଶାଖ କୃଷ୍ଣପକ୍ଷ। ଇଂରାଜୀରେ ୨୯ ତାରିଖ ସୋମବାର । ଚନ୍ଦ୍ର- ଧନୁ ଅହୋରାତ୍ର, ତିଥି-୫ମୀ ପ୍ରାତଃ ୦୭.୫୭ ଗତେ ୬ଷ୍ଠୀ,ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର ଅହୋରାତ୍ର, ଘାତବାର- ମିଥୁନ ରାଶିର ପୁଷ୍କର ଦୋଷ- ନିଶାନ୍ତ ୦୪.୪୨ ଗତେ ୧ ପାଦ-କୁଟୁମ୍ବହାନି- ତିଳକାଞ୍ଚନ ଦାନ ।

Virgo

କନ୍ୟା

Monday 29 Apr 2024

ଉ- ଫାଲ୍‌ଗୁନୀ- ଗୋଡରେ କିଛି ସମସ୍ୟା ଦେଖାଦେବ । ବନ୍ଧୁ ମାନଙ୍କର ଅପପ୍ରଚାରରୁ ମାନସିକ ଅଶାନ୍ତି ଦେଖାଦେଇ ପାରେ । ଜୀବନ ସାଥିଙ୍କ ସହିତ ମଧୁର ସମ୍ବନ୍ଧ ରହିବ । ବ୍ୟବସାୟରେ ଲାଭପ୍ରଦ ହେବେ ଓ ସୈଖିନ ଦ୍ରବ୍ୟ ସଂଗ୍ରହ କରିବେ

ହସ୍ତା- କୃଷି କ୍ଷେତ୍ରରେ ଫସଲ ହାନି ଘଟିପାରେ । ଦୂର ଯାତ୍ରାରେ ଲକ୍ଷଣ ପୂରଣ କରିପାରନ୍ତି । ରାଜନୀତିରେ କୈାଣସି ପଦ ବ୍ୟକ୍ତିଙ୍କ ସାନିଦ୍ଧ୍ୟ ପାଇ ପାରନ୍ତି । କଳା ବିଦ୍ୟା ପ୍ରତି ଆଗ୍ରହ ସୃଷ୍ଟି ହୋଇପାରେ

ଚିତ୍ରା- ଅଯଥା ବିବାଦ ଭିତରକୁ ଟାଣି ହୋଇ ଯାଇ ପାରନ୍ତି । ଯେଉଁ କାର‌୍ୟ୍ୟ କରିବେ ତାହା ଅପ୍ରିୟକର ହୋଇପାରେ । ସ୍ୱାର୍ଥପରତା ଯୋଗୁ ଅନେକ ବନ୍ଧୁ ଆପଣଙ୍କ ଠାରୁ ଦୂରେଇ ଯିବେ

ପ୍ରତିକାର - ବୁଧଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :