Daily Horoscope 29th April 2024: ଆଜି ଏହି ରାଶିର ବ୍ୟକ୍ତି ବ୍ୟବସାୟ କ୍ଷେତ୍ରରେ ଶୁଭ ଫଳ ପାଇପାରନ୍ତି

ସୈାର ମେଷ ମାସ ବୈଶାଖ କୃଷ୍ଣପକ୍ଷ। ଇଂରାଜୀରେ ୨୯ ତାରିଖ ସୋମବାର । ଚନ୍ଦ୍ର- ଧନୁ ଅହୋରାତ୍ର, ତିଥି-୫ମୀ ପ୍ରାତଃ ୦୭.୫୭ ଗତେ ୬ଷ୍ଠୀ,ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର ଅହୋରାତ୍ର, ଘାତବାର- ମିଥୁନ ରାଶିର ପୁଷ୍କର ଦୋଷ- ନିଶାନ୍ତ ୦୪.୪୨ ଗତେ ୧ ପାଦ-କୁଟୁମ୍ବହାନି- ତିଳକାଞ୍ଚନ ଦାନ ।

Aries

ମେଷ

Monday 29 Apr 2024

ଅଶ୍ୱନୀ- ସ୍ୱାସ୍ଥ୍ୟ ପାଇଁ ସତର୍କତା ଅବଲମ୍ବନ କରିବାକୁ ପଡିବ । ବ୍ୟବସାୟ ,ବାଣିଜ୍ୟ କ୍ଷେତ୍ରରେ ଶୁଭ ଫଳ ପାଇପାରନ୍ତି । ଅଫିସ୍ କାମ ପୂରା କରିବାରେ ସଂପୂର୍ଣ୍ଣ ସଫଳ ହେବେ । ପରିବାର ଭିତରେ ଖୁସିର ବାତାବରଣ ସୃଷ୍ଟି ହେବ

କୃତିକା- ସେୟାର ବଜାରରେ ଅର୍ଥ ନିବେଶ କରି ଲାଭାଂଶ କମାଇବେ । ଆଗ୍ରହି ବିଷୟଗୁଡିକ ଅଧ୍ୟୟନ କରିବାରେ ସୁଯୋଗ ପାଇବେ । ଯାନବାହନ, ବ୍ୟବସାୟରେ ସଫଳତା ଲାଭ କରିବେ

ଦ୍ୱିଜା- ରାଜନୈତିକ କ୍ଷେତ୍ରରେ ପ୍ରବଳ ଲୋକ ସମର୍ଥନ ମିଳିବ । ଗୃହବାହନ ସମ୍ବନ୍ଧୀୟ ସମସ୍ୟା ସମାଧାନ ହୋଇଯିବ । ମନକୁ ଆଘାତ ଲାଗିଲାପରି କଥା ଶୁଣିବାକୁ ପାଇ ପାରନ୍ତି

ପ୍ରତିକାର - ଓଁ ହ୍ରୀଂ ଶ୍ରୀଂ ମଙ୍ଗଳାୟ ନମଃ ଜପ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :