ସୌର ସିଂହମାସ ଶ୍ରାବଣ (ଶୁଦ୍ଧ) ଶୁକ୍ଲ ପକ୍ଷ । ଇଂରାଜୀରେ ୨୯ ତାରିଖ ମଙ୍ଗଳବାର । ଚନ୍ଦ୍ର- ମକର ଅହୋରାତ୍ର । ତିଥି- ୧୩ଶୀ ଦିବା ୦୨.୪୮ ଗତେ ୧୪ଶୀ । ଘାତ ଚନ୍ଦ୍ର- ସିଂହ ରାଶିର ଅହୋରାତ୍ର । ଘାତ ବାର- ମକର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ।
କୃତିକା- ପାରିବାରିକ ଜୀବନରେ ବୁଝାବଣା ନେଇ ତିକ୍ତତା ଦୂରେଇବାରେ ବନ୍ଧୁଙ୍କ ଅବଦାନ ଅବିସ୍ମରଣୀୟ ରହିବ । ଅଧିକ ଚିନ୍ତା କରିଲେ ମାନସିକ ଶାନ୍ତି ଭଙ୍ଗ ହେବ । ପ୍ରେମ ଜୀବନ ଭଲ ରହିବ ।
ରୋହିଣୀ- ଶିକ୍ଷାର୍ଥୀ ଏକାନ୍ତରେ ପାଠ ପଢିବା ପାଇଁ ଚେଷ୍ଟା କରନ୍ତୁ । ରାଜନୀତିରେ କିଛି ସମସ୍ୟା ଆପଣଙ୍କୁ ବିଚଳିତ କରିପାରେ । ଦୀର୍ଘଦିନ ଧରି ପ୍ରୟାସ କରି ଆସୁଥିବା କାମରେ ସଫଳ ହେବେ
ମୃଗଶିରା- ଅଯଥା କଥାକୁ ନେଇ ଚିନ୍ତା କରିପାରନ୍ତି । ପୈତୃକ ସମ୍ପତ୍ତିକୁ ନେଇ ନିଜ ଲୋକ କ୍ଷତି କରିବା ପାଇଁ ଚେଷ୍ଟା କରିବେ । ମନୋରଞ୍ଜନ କାର୍ଯ୍ୟରେ ବା ନୃତ୍ୟ ଗୀତରେ ମଜ୍ଜି ରହିବେ ।
ପ୍ରତିକାର- ମା’ କମଳାଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬